ରାଜ୍ୟରେ ଅଣାୟତ ହେଉଛି କରୋନା

ଭୁବନେଶ୍ୱର: ରାଜ୍ୟରେ ଆଜି ୧୨୧୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ୭ଜଣଙ୍କର ମୃତ୍ୟୁ ଘଟିଛି । ଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୮,୧୦୭କୁ ବୃଦ୍ଧି ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ୧୫୪କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରେ ଜଣେ ୫ବର୍ଷର ଶିଶୁ ପୁତ୍ର ଅର୍ନ୍ତଭୁକ୍ତ ଅଛନ୍ତି । ତେବେ ଜଣେ ୫ବର୍ଷର ଶିଶୁ ପୁତ୍ର କରୋନାରେ ଆକ୍ରାନ୍ତ ହୋଇ ମୃତ୍ୟୁ ବରଣ କରିବା ରାଜ୍ୟର ପ୍ରଥମ ଘଟଣା । ଏମାନଙ୍କ ଭିତରୁ ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୪୬୨ ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ୭୫୩ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି । ଆଜି ୨୮ଟି ଜିଲ୍ଲାରୁ ଆଜି ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ଆଜି ଗଞ୍ଜାମ ଜିଳ୍ଲାରୁ ସର୍ବାଧିକ ୩୩୨ଜଣ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରୁ ୩୧୨ଜଣ ଓ ଗଜପତି ଜିଲ୍ଲାରୁ ୮୯ଜଣ, ଚିହ୍ନଟ ହୋଇଛନ୍ତି । ସେହିପରି ଅନୁଗୁଳରୁ ୧୧ ବାଲେଶ୍ୱର ଜିଲ୍ଲାରୁ ୨୯, ବରଗଡ ଜିଲ୍ଲାରୁ ୧୦, ଭଦ୍ରକ ଜିଲ୍ଲାରୁ ୨, ବଲାଙ୍ଗୀର ଜିଲ୍ଲାରୁ ୨୧, ବୌଦ୍ଧ ଜିଲ୍ଲାରୁ ୨, କଟକ ଜିଲ୍ଲାରୁ ୬୦, ଦେବଗଡ ଜିଲ୍ଲାରୁ ୧, ଢେଙ୍କାନାଳ ଜିଲ୍ଲାରୁ ୧, ଜଗତସିଂହପୁର ଜିଲ୍ଲାରୁ ୪୭, ଯାଜପୁର ଜିଲ୍ଲାରୁ ୨୦, ଝାରସୁଗୁଡା ଜିଲ୍ଲାରୁ ୨, କଳାହାଣ୍ଡି ଜିଲ୍ଲାରୁ ୮, କନ୍ଧମାଳ ଜିଲ୍ଲାରୁ ୧୪, କେନ୍ଦ୍ରାପଡା ଜିଲ୍ଲାରୁ ୧୪, କେନ୍ଦୁଝର ଜିଲ୍ଲାରୁ ୭୭, କୋରାପୁଟ ଜିଲ୍ଲାରୁ ୭୩, ମାଲକାନଗିରି ଜିଲ୍ଲାରୁ ୧୪, ମୟୁରଭଞ୍ଜ ଜିଲ୍ଲାରୁ ୨୨, ନୟାଗଡ ଜିଲ୍ଲାରୁ ୭, ନୂଆପଡା ଜିଲ୍ଲାରୁ ୮, ପୁରୀ ଜିଲ୍ଲାରୁ ୧୧, ରାୟଗଡା ଜିଲ୍ଲାରୁ ୨୪, ସୁବର୍ଣ୍ଣପୁର ଜିଲ୍ଲାରୁ ୨ ଓ ସୁନ୍ଦରଗଡ ଜିଲ୍ଲାରୁ ୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗଂଜାମ ଜିଳ୍ଲା ସହ ତାଳ ଦେଇ ଖୋର୍ଦ୍ଧା ଜିଳ୍ଲାରେ ଏବେ ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ବଢି ଚାଲିଛି । ଏବେ ରାଜ୍ୟରେ ମୋଟ ୧୭,୩୭୩ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦,୫୪୫ ରହିଛି ।
ସୂଚନା ଅନୁଯାୟୀ, ଆଜି ସମସ୍ତ କରୋନା ମୃତକ ପୁରୁଷ ଅଟନ୍ତି । ଗଞ୍ଜାମରେ କେବଳ ୩ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ରାୟଗଡା ଜିଲ୍ଲାରେ ୨ ଜଣଙ୍କର ମୃତ୍ୟୁ ଘଟିଛି । ସେହିପରି କଟକ ଓ ଭୁବନେଶ୍ୱରରୁ ଜଣେ ଲେଖାଁଏ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଆଜିର ମୃତ୍ୟୁ ସଂଖ୍ୟାକୁ ମିଶାଇ ଗଞ୍ଜାମରେ କେବଳ ୮୫ ଜଣଙ୍କର ମୃତ୍ୟୁ ଘଟିଛି ।

Leave A Reply

Your email address will not be published.

twelve − 8 =