ଆସୁଛି ଲଘୁଚାପ


ଭୁବନେଶ୍ୱର- ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ୪ ତାରିଖରେ ଏହା ଲଘୁଚାପର ରୂପ ନେବା ପରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଂଚଳିକ ପାଣିପାଗ କେନ୍ଦ୍ର ବିଶେଷଜ୍ଞ ଉମାଶଙ୍କର ଦାସ ଏହି ସୂଚନା ଦେଇଛନ୍ତି । ଏହାର ପ୍ରଭାବରେ ଉପକୂଳ ଓ ପଶ୍ଚିମ ଓଡିଶାର କିଛି ଜିଲ୍ଲା ସମେତ ଦକ୍ଷିଣ ଓଡିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ମାଲକାନଗିରି, ରାୟଗଡା, ଗଞ୍ଜାମ, ପୁରୀ, ବୌଦ୍ଧ, ସମ୍ବଲପୁର ଓ ବଲାଙ୍ଗିର ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଚାରି ତାରିଖରେ ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ ଓ କୋରାପୁଟ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।

Leave A Reply

Your email address will not be published.

three − two =