୧୯ରୁ ଆସୁଛି ଆଉ ଏକ ଲଘୁଚାପ


ଭୁବନେଶ୍ୱର- ୧୯ରୁ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତାକାଲିଠାରୁ ପୁଣି ବର୍ଷାର ପରିମାଣ ବଢିବ । ଏନେଇ ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଭାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ରାଜ୍ୟର ୯ ଟି ଜିଲ୍ଲା କୋରାପୁଟ, କଳାହାଣ୍ଡି, ନବରଙ୍ଗପୁର, ନୂଆପଡା, ବଲାଙ୍ଗିର, ବରଗଡ, ମୟୂରଭଞ୍ଜ, ଝାରସୁଗୁଡା ଓ ସୁନ୍ଦରଗଡକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ମାଲକାନାଗିରି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

Leave A Reply

Your email address will not be published.

seventeen − fourteen =