୨୬ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷିବ


ଭୁବନେଶ୍ୱର- ଉତର ବଙ୍ଗୋପସାଗରେ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟର ଆଜିଠାରୁ ୨୬ ତାରିଖ ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି । ଉପକୂଳ ଓ ଉତର ଓଡିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ଏନେଇ ଆଂଚଳିକ ପାଣିପାଗ ବିଭାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ୧୩ ଜିଲ୍ଲା ବାଲେଶ୍ୱର, ଭଦ୍ରକ, ଜଗତସିଂହପୁର, କେନ୍ଦ୍ରାପଡା , କଟକ, ଯାଜପୁର, ପୁରୀ, ଢେଙ୍କାନାଳ, କେନ୍ଦୁଝର, ସୁନ୍ଦରଗଡ, ଦେବଗଡ, ଝାରସୁଗୁଡା ଏବଂ ଅନୁଗୁଳରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ । ସାମ୍ଭବ୍ୟ ଲଘୁଚାପକୁ ଦୃଷ୍ଟିରେ ରଖି ସମସ୍ତ ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ସ୍ୱତନ୍ତ୍ର ରିଲିଫ କମିଶନର ନିର୍ଦେଶ ଦେଇଛନ୍ତି ।

Leave A Reply

Your email address will not be published.

two × 2 =