ଘୂର୍ଣ୍ଣିବଳୟ ପ୍ରଭାବରେ ତିନିଦିନ ବର୍ଷା

ଭୁବନେଶ୍ୱର:ସେପ୍ଟେମ୍ବର ୨ରେ ଝାଡ଼ଖଣ୍ଡ ଉପରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାଫଳରେ ସେପ୍ଟେମ୍ବର ପ୍ରଥମ ସପ୍ତାହରେ ରାଜ୍ୟର କିଛି ଅଞ୍ଚଳରେ ବର୍ଷାର ସମ୍ଭାବନା ରହିଛି।
ଗଜପତି, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ଯାଜପୁର, କେନ୍ଦୁଝର, ମୟୂରଭଞ୍ଜ, ମାଲକାନଗିରିର କିଛି ଅଞ୍ଚଳରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏହାଛଡ଼ା ଉପକୂଳ ଓଡ଼ିଶା ସମେତ ବଲାଙ୍ଗୀର, ସୋନପୁର, ଅନୁଗୋଳ, ଢ଼େଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜର କିଛି ସ୍ଥାନରେ ବଜ୍ରପାତର ସୂଚନା ରହିଛି। ସେହିପରି ୨ତାରିଖରେ ଅନୁଗୋଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ଏବଂ ମାଲକାନଗିରି, କୋରାପୁଟ, ରାୟଗଡ଼ା, ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର ଓ ବଲାଙ୍ଗୀରର କିଛି ଅଞ୍ଚଳରେ ପ୍ରବଳ ବର୍ଷା ହୋଇପାରେ। ଏସବୁ ଜିଲାକୁ ୟେଲୋ ୱାର୍ନିଂ ଜାରି କରାଯାଇଛି। ଆସନ୍ତା ୩ତାରିଖରେ ବରଗଡ଼, ନୂଆପଡ଼ା, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ର କିଛି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ପାଣିପାଗ ବିଶେଷଜ୍ଞ ସୁରେନ୍ଦ୍ରନାଥ ପଶୁପାଳକ ଆକଳନ କରିଛନ୍ତି ଯେ ପଶ୍ଚିମବଙ୍ଗ ଏବଂ ଓଡ଼ିଶା ଓ ଝାଡ଼ଖଣ୍ଡ ଉପରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ଥିବାରୁ ପାଗରେ କିଛି ପରିବର୍ତ୍ତନ ହୋଇପାରେ। ସମସ୍ତ ଉପକୂଳବର୍ତ୍ତୀ ଜିଲା ଓ ଏହାର ସଂଲଗ୍ନ ଜିଲାଗୁଡ଼ିକରେ ମଙ୍ଗଳବାର ସ୍ୱଳ୍ପ ବର୍ଷାର ସମ୍ଭାବନା ଥିବାବେଳେ ବୁଧବାର ଓ ଗୁରବାର ଦକ୍ଷିଣ ଉପକୂଳ, ଦକ୍ଷିଣ ଆଭ୍ୟନ୍ତରୀଣ ଓ ଉତ୍ତର ଆଭ୍ୟନ୍ତରୀଣ ଜିଲାରେ ସ୍ୱଳ୍ପ ବର୍ଷା ହୋଇପାରେ। ଶୁକ୍ରବାର କିଛି ସ୍ଥାନରେ ହାଲୁକାରୁ ସ୍ବଳ୍ପ ବର୍ଷା ହେବାର ସମ୍ଭାବନା ରହିଛି।

Leave A Reply

Your email address will not be published.

5 × five =