କରୋନା ସ୍ଥିତିର ସମୀକ୍ଷା କରିବା ପାଇଁ ୭ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ପ୍ରଧାନମନ୍ତ୍ରୀଙ୍କ ବୈଠକ


ନୂଆଦିଲ୍ଲୀ- ଆସନ୍ତାକାଲି ୭ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଭିଡିଓ କନଫରେନ୍ସିଂ ଜରିଆରେ ଏହି ବୈଠକ ଅନୁଷ୍ଠିତ ହେବ । ଏହି ଆଲୋଚନାରେ ମୁଖ୍ୟମନ୍ତ୍ରୀଙ୍କ ସମେତ ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀ ମଧ୍ୟ ଅଂଶଗ୍ରହଣ କରିବେ । ମହାରାଷ୍ଟ୍ର, ଆନ୍ଧ୍ରପ୍ରଦେଶ, କର୍ଣ୍ଣାଟକ, ଉତରପ୍ରଦେଶ, ତାମିଲନାଡୁ, ଦିଲ୍ଲୀ ଏବଂ ପଞ୍ଜାବରେ ସର୍ବାଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାରୁ ଏହି ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀ ଆଲୋଚନା କରିବେ । ପୂର୍ବରୁ ଜୁନ୍ ୧୬ ଓ ୧୭ ତାରିଖରେ ଦେଶର କରୋନା ସ୍ଥିତି ସଂପର୍କରେ ପ୍ରଧାନମନ୍ତ୍ରୀ ଆଲୋଚନା କରିଥିଲେ ।

Leave A Reply

Your email address will not be published.

two × two =