ରାୟଗଡାରୁ ୬୧ ପଜିଟିଭ୍ ଚିହ୍ନଟ

ରାୟଗଡା: ରାୟଗଡା ଜିଲ୍ଲାରେ କରୋନା ସଂକ୍ରମଣ ଧିରେ ଧିରେ କମିବାରେ ଲାଗିଛି । ଗତ କିଛି ଦିନ ଧରି ଜିଲ୍ଲାରୁ ଦୈନିକ ଶହେରୁ ଉଦ୍ଧ୍ୱର୍ ପଜିଟିଭ୍ ଚିହ୍ନଟ ହେଉଥିବା ବେଳେ ବର୍ତମାନ ପଜିଟିଭ୍ଙ୍କ ସଂଖ୍ୟା ଦୁଇ ଅଙ୍କରେ ସୀମିତ ରହିଛି । ରାୟଗଡା ଜିଲ୍ଲାରୁ ଆଜି ଦିନକରେ ୬୧ଜଣ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆକ୍ରାନ୍ତଙ୍କ ମଧ୍ୟରୁ ୪୨ ପୁରୁଷ ଏବଂ ୧୯ ଜଣ ମହିଳା ଅଛନ୍ତି । ଗୃହ ସଙ୍ଗରୋଧରୁ ୩୩ ଜଣ ଚିହ୍ନଟ ହୋଇଥିବା ବେଳେ ପୂର୍ବରୁ ଆକ୍ରାନ୍ତ ହୋଇଥିବା ବ୍ୟକ୍ତିଙ୍କ ସଂସ୍ପର୍ଶରେ ଆସି ୨୪ ଜଣ ଚିହ୍ନଟ ହୋଇଛନ୍ତି । ଏଥି ସହ ୨ ଜଣ କରୋନା ଯୋଦ୍ଧା କରୋନା ସଂକ୍ରମଣର ଶୀକାର ହୋଇଛନ୍ତି । ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କାଶିପୁରରୁ ୨୬, ରାୟଗଡା ଗ୍ରାମାଚଂଳରୁ ୮, ବିଷମକଟକରୁ ୬, ମୁନିଗୁଡାରୁ ୬, କଲ୍ୟାଣସିଂହପୁରରୁ ୫, ଗୁଡାରୀରୁ ୪, କଲୋନରାରୁ ୩, ଗୁଣପୁର ପୌରାଚଂଳ, ରାମନାଗୁଡା ଏବଂ ରାୟଗଡା ପୌରାଚଂଳରୁ ଜଣେ ଲେଖାଏ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ବର୍ତମାନ ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୧୨୧ ରେ ପହଂଚିଥିବା ଥିବା ବେଳେ ୬୪୯୮ ଜଣ ସୁସ୍ଥ ହୋଇଛନ୍ତି । ୫୮୬ ଜଣ ଘରୋଇ ସଙ୍ଗରୋଧ ଏବଂ କୋଭିଡ ସେଂଟରରେ ଟିକିତ୍ସିତ ଅଛନ୍ତି । ବର୍ତମାନ ସୁଦ୍ଧା ଜିଲ୍ଲାରୁ ୭୫୮ ଜଣ କୋରନା ଯୋଦ୍ଧା ସଂକ୍ରମଣ ଶୀକାର ହୋଇଥିବା ବେଳେ ୬୨୫ ସୁସ୍ଥ ହୋଇଛନ୍ତି ଏବଂ ୧୩୩ ଜଣ ଚିକିତ୍ସାଧିନ ଅବସ୍ଥାରେ ଅଛନ୍ତି । କରୋନା ସଂକ୍ରମଣର ଶୀକାର ହୋଇ ଜିଲ୍ଲାରୁ ୩୭ ଜଣଙ୍କ ମୃତ୍ୟୁ ହୋଇଛି । ଜିଲ୍ଲାରେ କରୋନା ସୁସ୍ଥହାର ୯୧.୨୫ ପ୍ରତିଶତ ରହିଛି । ଜିଲ୍ଲାରେ କରୋନା ସଂକ୍ରମଣ ନିୟନ୍ତ୍ରଣ ଥିଲେ ଜିଲ୍ଲାବାସୀଙ୍କୁ ସତର୍କ ଏବଂ ସଜାଗ ରହିବା ପାଇଁ ଅନୁରୋଧ କରିବା ସହ ସତର୍କ ଏବଂ ସଚେତନା ରହିଲେ ନିଜେ ନିଜକୁ ରକ୍ଷା କରିପାରିବା ବୋଲି ଜିଲ୍ଲାପାଳ ପ୍ରମୋଦ କୁମାର ବେହେରା ପ୍ରକାଶ କରିଛନ୍ତି । ଏଥି ସହ ବାହାରକୁ ବାହାରିଲେ ମାସ୍କ ପିନ୍ଧିବା ସହ ସାନିଟାଇଜର ବ୍ୟବହାର କରିବା ପାଇଁ ଜିଲ୍ଲାପାଳ ଜିଲ୍ଲାବାସୀଙ୍କୁ ଅନୁରୋଧ କରିଛନ୍ତି ।

Leave A Reply

Your email address will not be published.

12 − eleven =