ସବୁ ବସ୍ତି ହେବ ଆଦର୍ଶ କଲୋନୀ

ଭୁବନେଶ୍ୱର: ଆଗାମୀ ତିନି ବର୍ଷରେ ରାଜ୍ୟରେ ସବୁ ବସ୍ତି ଆଦର୍ଶ କଲୋନୀରେ ପରିଣତ ହେବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ଆଜି ଭିଡିଓ କନଫରେନ୍ସି ଜରିଆରେ ଫକୀରମୋହଙ୍କ ଭୂମି, ଓଡିଆ ଭାଷର ସୂରକ୍ଷା ଭୂମି ବାଲେଶ୍ୱରରରୁ ବସ୍ତି ଉନ୍ନତୀକରଣ ଯୋଜନାର ଶୁଭାରମ୍ଭ କରି ମୁଖ୍ୟମନ୍ତ୍ରୀ କହିଲେ ଯେ, ସହରର ବିକାଶଠାରୁ ଆରମ୍ଭ କରି କୋଭିଡ ଲଢେଇ ପର୍ଯ୍ୟନ୍ତ ସବୁ କ୍ଷେତ୍ରରେ ବସ୍ତିର ଗରିବ ଲୋକମାନେ ଆଗରେ ରହି କାମ କରୁଛନ୍ତି । ତେଣୁ ବିକାଶ ଉପରେ ମଧ୍ୟ ସେମାନଙ୍କର ସମାନ ଅଧିକାର ରହିଛି । ଏହି ଯୋଜନାରେ ରାଜ୍ୟର ବସ୍ତିରେ ବିଜୁଳି, ଭଲ ପିଇବା ପାଣି, ରାସ୍ତା ଗୋଷ୍ଠୀକେନ୍ଦ୍ର ଆଦି ନାଗରିକ ସୁୁବିଧାର ବିକାଶ କରି ବସ୍ତିର ଲୋକମାନଙ୍କ ଜୀବନଧାରଣ ମାନରେ ଉନ୍ନତି ଆଣାଯିବା ସହିତ ଜୀବିକା ପାଇଁ ମଧ୍ୟ ସୁଯୋଗ ସୃଷ୍ଟି କରାଯିବ । ରାଜ୍ୟର ଏକ ହଜାର ବସ୍ତିରେ ଏହି କାର୍ଯ୍ୟକ୍ରମ ତୁରନ୍ତ ଆରମ୍ଭ କରାଯିବ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ରାଜ୍ୟ ସରକାରଙ୍କ ଜାଗା ମିଶନ ସାରା ଦେଶରେ ଇତିହାସ ସୃଷ୍ଟି କରିଥିଲା । ଏପରିକି ଏହି କାର୍ଯ୍ୟକ୍ରମ ବିଶ୍ୱ ସବୁଦାୟର ମଧ୍ୟ ଦୃଷ୍ଟି ଆକର୍ଷଣ କରିପାରିଥିଲା । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଜନସାଧରଣଙ୍କୁ କୋଭିଡ ନିୟମାବଳୀ ପାଳନ କରିବା ପାଇଁ ଅନୁରୋଧ କରିଥିଲେ । ମୁଖ୍ୟମନ୍ତ୍ରୀ ବାଲେଶ୍ୱରର ୪୧ଟି ବସ୍ତିର ୨୦୫୪ ଜଣଙ୍କୁ ଏବଂ ସାରା ରାଜ୍ୟରେ ୧,୦୫,୦୦୦ ଲ୍ୟାଣ୍ଡ ଏନଟାଇଟିଲମେଂଟ ସାଟର୍ଟିଫିକେଟ୍ (ଏଲଇସି) ଆବଂଟନ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ । ପୂର୍ବରୁ ୬୦ ହଜାର ବସ୍ତି ଲୋକଙ୍କୁ ଏଲଇସି ପ୍ରଦାନ କରାଯାଇଛି । ଆଗାମୀ ୩ମାସ ମଧ୍ୟରେ ୧ଲକ୍ଷ ୬୫ ହଜାରରରୁ ଅଧିକ ଲୋକ ଏଲଇସି ପାଇବେ । ସୂଚନାଯୋଗ୍ୟ, ସାରା ରାଜ୍ୟର ୧୦୧ ଟି ପୌରାଞ୍ଚଳର ୧୭୧୮ଟି ବସ୍ତିର ସାଢେ ଚାରି ଲକ୍ଷ ଲୋକ ଏଲଇସି ଦ୍ୱାରା ଉପକୃତ ହେବେ ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ୧୧୬ଟି ବହୁମୁଖୀ ଗୋଷ୍ଠୀ କେନ୍ଦ୍ର, ପରିଚୟ’ର ମଧ୍ୟ ଲୋକାର୍ପଣ କରିଥିଲେ । ସୂଚନାଯୋଗ୍ୟ ଯେ, ଆଉ ୪୦୦ଟି ପରିଚୟ ବହୁମୁଖୀ ଗୋଷ୍ଠୀକେନ୍ଦ୍ର ନିର୍ମାଣଧୀନ ଅଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ବସ୍ତି ଉନ୍ନତୀକରଣ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ ଏବଂ ଏହାର ଏସଓପି ଦସ୍ତାବିଜର ଉନ୍ମୋଚନ କରିଥିଲେ । ଏହି ଅବସରରେ ରାଜ୍ୟ ଗୃହ ଓ ନଗର ଉନ୍ନୟନ ବିଭାଗ ତଥା ଦିଲ୍ଲୀସ୍ଥିତ ସେଂଟର ଫର ପଲିସି ରିସର୍ଚ୍ଚ ମଧ୍ୟରେ ଏକ ବୁଝାମଣା ପତ୍ର ସ୍ୱାକ୍ଷରିତ ହୋଇଥିଲା । ଏହି ସଂସ୍ଥା କାର୍ଯ୍ୟକ୍ରମର ନଲେଜ ପାଟନର ଭାବରେ ସହାୟତା ଯୋଗାଇ ଦେବ ।
ବାଲେଶ୍ୱରର ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ନଗର ଉନ୍ନୟନ ଓ ଗୃହନିର୍ମାଣ ଓ ଆଇନ୍ ମନ୍ତ୍ରୀ ପ୍ରତାପ ଜେନା କହିଲେ ଯେ, ସହରର ଅନ୍ୟ ଅଞ୍ଚଳ ସହିତ ବସ୍ତି ଉନ୍ନତିିକରଣ ଯୋଜନା ଓ ତାଲିକା ପ୍ରସ୍ତୁତ ହୋଇସାରିଛି । ବର୍ତମାନ ବସ୍ତିର ଜନସାଧାରଣ ସହରର ଅନ୍ୟ ଅଞ୍ଚଳ ପରି ସମାନ ସୁବିଧା ଓ ସମାନ ଅଧିକାର ପାଇପାରିବେ । ଗରିବ ଲୋକଙ୍କ ଉନ୍ନତି ପାଇଁ ଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ ଜି. ମାଥିଭାତନନ୍ ସ୍ୱାଗତ ଭାଷଣ ଦେଇ କାର୍ଯ୍ୟକ୍ରମ ସଂପର୍କରେ ସୂଚନା ଦେଇଥିଲେ । ଜାଗା ମିଶନର ନିଦେ୍ର୍ଧଶକ ସଂଗ୍ରାମଜିତ୍ ନାୟକ ଧନ୍ୟବାଦ ଅର୍ପଣ କରିଥିଲେ ।
ଉନ୍ନୟନ କମିଶନର ସୁରେଶ ଚନ୍ଦ୍ର ମହାପାତ୍ର, ଅର୍ଥ ବିଭାଗ ପ୍ରମୁଖ ସଚିବ ଅଶୋକ କୁମାର ମୀନା ଏବଂ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ ପାଣ୍ଡିଆନ ପ୍ରମୁଖ ଉପସ୍ଥିତ ଥିଲେ ।

Leave A Reply

Your email address will not be published.

twelve − 4 =