ଭୁବନେଶ୍ବର: କରୋନାରେ ପୁଣି ୧୫ଜଣଙ୍କ ମୃତ୍ୟୁ ଘଟିଛି। ଏହାଫଳରେ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୦୭କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ରାଜ୍ୟରେ ଆଜି ଯେଉଁ ୧୫ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି, ସେଥିମଧ୍ୟରେ ଖୋର୍ଦ୍ଧା ଓ କଟକରୁ ୩ ଜଣ ଲେଖାଏଁ , କେନ୍ଦ୍ରାପଡ଼ାରୁ୨ ଜଣ ଲେଖାଏଁ ଥିବା ବେଳେ କୋରାପୁଟ, ମାଲକାନଗିରି, ସମ୍ବଲପୁର, କେନ୍ଦୁଝର, ଢେଙ୍କାନାଳ, ଜଗତସିଂହପୁର ଓ ବୌଦ୍ଧରୁ ଜଣେ ଲେଖାଏଁ ପ୍ରାଣ ହରାଇଥିବା ଜଣାଯାଇଛି। ଏମାନେ ସମସ୍ତେ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ମୃତ୍ୟୁବରଣ କରିଛନ୍ତି।