ଆସନ୍ତା ୩ ଦିନ ପର୍ଯ୍ୟନ୍ତ ଜାରି ରହିବ ବର୍ଷା

ଭୁବନେଶ୍ୱର : ଆଜି ଉପକୂଳ ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ହୋଇଥିବା ବେଳେ ଆସନ୍ତା ୩ ଦିନ ମଧ୍ୟ ବର୍ଷା ଜାରି ରହିବ। ଗତ ୨ ଦିନ ତଳେ ସୃଷ୍ଟି ହୋଇଥିବା ଲଘୁଚାପ ବଳୟ ଏବେ ସମ୍ପୂର୍ଣ୍ଣ ଭାବେ ଓଡ଼ିଶା ଉପକୂଳରେ ରହିଥିବାରୁ କାଲିଠାରୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବା ସହ ସାରା ରାଜ୍ୟରେ ପ୍ରବଳ ବର୍ଷା ହେବ। ରବିବାର ରାଜ୍ୟର ୧୧ ଜିଲ୍ଲାରେ ପ୍ରବଳ ବର୍ଷିବାର ସମ୍ଭାବନା ରହିଛି। ଏଥିସହ ୭ ତାରିଖ ପୂର୍ବାହ୍ନ ପର୍ଯ୍ୟନ୍ତ ଏମିତି ବର୍ଷା ଲାଗି ରହିବ ଓ ସ୍ଥାନେ ସ୍ଥାନେ ଅତିପ୍ରବଳ ବର୍ଷା ହେବ। ଏଣୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆସନ୍ତା ୩ ଦିନ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Leave A Reply

Your email address will not be published.

12 − 3 =