ଭୁବନେଶ୍ବର: ଆଜି ରାଜ୍ୟରେ ୨୬୯୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ସଙ୍ଗରୋଧ କେନ୍ଦ୍ରରୁ ୧୫୭୬ ଓ ସ୍ଥାନୀୟ ଅଞ୍ଚଳରୁ ୧୧୨୧ ଆକ୍ରାନ୍ତ ଅଛନ୍ତି। ଏହା ଫଳରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨ଲକ୍ଷ ୪୬ ହଜାର ୮୩୯କୁ ବୃଦ୍ଧି ପାଇଛି। ୩୦ଟି ଜିଲ୍ଲାରୁ ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଏଣେ କରୋନାରେ ପୁଣି ୧୭ଜଣଙ୍କ ମୃତ୍ୟୁ ଘଟିଛି। ଏହାଫଳରେ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୯୧କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକଙ୍କ ମଧ୍ୟରେ ବାଲେଶ୍ବରରୁ ୩ଜଣ, ଭୁବନେଶ୍ବର, ଖୋର୍ଦ୍ଧା, ମୟୁରଭଞ୍ଜ ଏବଂ ପୁରୀରୁ ୨ଜଣ ଲେଖାଏଁ ମୃତ୍ୟୁବରଣ କରିଥିବା ବେଳେ ସୁବର୍ଣ୍ଣପୁର, ମାଲକାନାଗିରି, କନ୍ଧମାଳ, କଳାହାଣ୍ଡି, ନୟାଗଡ଼ ଏବଂ ବରଗଡ଼ରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି।