ଭୁବନେଶ୍ୱର: ପୁଲିସ ନିଷ୍କ୍ରିୟତାର ସୁଯୋଗ ନେଇ ରାଜଧାନୀରେ ପୁଣି ବ୍ୟାଙ୍କ ଲୁଟ୍ ହୋଇଛି। ଗତକାଲି ବିଲମ୍ୱିତ ରାତିରେ ପଟିଆ ଷ୍ଟେସନ ନିକଟରେ ଥିବା ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ ଏଟିଏମରୁ ପ୍ରାୟ ୨୮ ଲକ୍ଷ ଟଙ୍କା ଲୁଟ୍ ହୋଇଛି। ଦୁର୍ବୃତ୍ତମାନେ ଗ୍ୟାସ କଟର ସହାୟତାରେ ଏଟିଏମ ସଟର କାଟି ଟଙ୍କା ଲୁଟ୍ କରିଛନ୍ତି। +ପୁଲିସ ଓ ସାଇଣ୍ଟିଫିକ୍ ଟିମ ଘଟଣାସ୍ଥଳରେ ପହଞ୍ଚି ଦତନ୍ତ ଆରମ୍ଭ କରୁଛି। ଏନେଇ ଇନଫୋସିଟି ଥାନାରେ ଏକ ମାମଲା ରୁଜୁ ହୋଇଛି। ପୂର୍ବରୁ ମଧ୍ୟ ସମ୍ପୃକ୍ତ ଏଟିଏମରୁ ୧୦ ଲକ୍ଷ ଟଙ୍କା ଲୁଟ୍ ହୋଇଥିଲା।