ଡିସେମ୍ବରରେ ଶୀତ ଅଧିବେଶନ

ଭୁବନେଶ୍ୱର: ଆସନ୍ତା ଡିମେମ୍ବର ମାସରେ ତଥା ଚଳିତ ବର୍ଷ ଶେଷ ପୂର୍ବରୁ ବିଧାନସଭା ଶୀତକାଳୀନ ଅଧିବେଶନ ଅନୁଷ୍ଠିତ ହେବ ବୋଲି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ, ବିଧାନସଭା ବିଧି ଅନୁସାରେ ୬୦ ଦିନ ଗୃହ କାର୍ଯ୍ୟ ଚାଲିବା କଥା । କିନ୍ତୁ ପ୍ରଥମ ଓ ଦ୍ୱିତୀୟ ଅଧିବେଶନରେ ମୋଟ୍ ୨୦ ଦିନ ଗୃହ କାର୍ଯ୍ୟ ଚାଲିଥିଲା । ପ୍ରଥମ ଅଧିବେଶନରେ ଗୃହ ମାତ୍ର ୧୩ ଦିନ ବସିଥିବା ବେଳେ ଦ୍ୱିତୀୟ ଅଧିବେଶନରେ ୭ ଦିନ ଚାଲିଥିଲା । ତେଣୁ ଡିସେମ୍ବର ପୂର୍ବରୁ ଆଉ ୪୦ ଦିନ ଗୃହ କାର୍ଯ୍ୟ ବସିବାକୁ ବାକି ରହିଛି । ହେଲେ କେବେ ଅଧିବେଶନ ବସିବ, ସେନେଇ ରାଜ୍ୟପାଳଙ୍କ ନିଷ୍ପତିକୁ ଅପେକ୍ଷା କରାଯାଇଛି । ରାଜ୍ୟପାଳଙ୍କ ନିଷ୍ପତି ପରେ ୪୦ ଦିନର କ୍ୟାଲେଣ୍ଡର ପ୍ରସ୍ତୁତ କରାଯିବ ବୋଲି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର କହିଛନ୍ତି ।

Leave A Reply

Your email address will not be published.

twelve + 9 =