ଖୋର୍ଦ୍ଧା: ଖୋର୍ଦ୍ଧା ସଦର ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥ କୁରାଢ଼ମଲ୍ଲ ଛକରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏକ ଟ୍ରକ ବାଇକକୁ ପଛରୁ ଧକ୍କାଦେବା ଫଳରେ ୩ ଜଣଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି । ତେବେ ମୃତକଙ୍କ ପରିଚୟ ମିଳି ପାରିାନାହିଁ । କିନ୍ତୁ ସେମାନଙ୍କ ଘର ଗଜପତି ଜିଲ୍ଲା ମୋହନା ଅଂଚଳରେ ବୋଲି ସୂଚନା ମିଳିଛି । ସୂଚନା ଅନୁଯାୟୀ, ଏକ ବାଇକରେ ୩ ଜଣ ଯୁବକ ବ୍ରହ୍ମପୁରରୁ ଭୁବନେଶ୍ୱର ଅଭିମୁଖେ ଆସୁଥିଲେ । କୁରାଢ଼ମଲ୍ଲ ଛକ ନିକଟରେ ପଛରୁ ଆସୁଥିବା ଏକ ଟ୍ରକ୍ ସେମାନଙ୍କୁ ଧକ୍କା ଦେଇଥିଲା । ସେମାନଙ୍କ ମଧ୍ୟରୁ ଜଣଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୨ ଜଣଙ୍କୁ ଗୁରୁତରଙ୍କୁ ମେଡିକାଲ ନେବା ବାଟରେ ରାସ୍ତାରେ ଜଣଙ୍କର ମୃତୁ୍ୟ ହୋଇଥିବା ବେଳେ ଅନ୍ୟଜଣଙ୍କର ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁ ଘଟିଥିବା ଜଣାପଡିଛି । ପୋଲିସ ଦୁର୍ଘଟଣାଗ୍ରସ୍ତ ଗାଡିକୁ ଜବତ କରିଥିବା ବେଳେ ଟ୍ରକ ଡ୍ରାଇଭର ଦୁର୍ଘଟଣା ସ୍ଥଳରୁ ଫେରାର ହୋଇଯାଇଛି ।