ଆସନ୍ତା ୧୬ ତାରିଖରେ ଦେଶରେ କରୋନା ଟିକାକରଣ ପ୍ରକ୍ରିୟା ଅରମ୍ଭ ହେବାକୁ ଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ମାନଙ୍କ ସହ ବିଚାରବିମର୍ଶ କରିବେ । ଏହି ଆଲୋଚନାରେ ଦେଶରେ କରୋନା ମହାମାରୀର ସ୍ଥିତି ଏବଂ ଟିକାକରଣ ପ୍ରସଙ୍ଗସ୍ଥାନ ପାଇବ । ଟୀକାକରଣ ପ୍ରଥମ ପର୍ଯ୍ୟାୟରେ ସ୍ୱାସ୍ଥ୍ୟକର୍ମୀ ଏବଂ ଆଗଧାଡିର ଯୋଦ୍ଧାମାନଙ୍କୁ ଟିକା ଦିଆଯିବ । ଏହି ପର୍ଯ୍ୟାୟରେ ପ୍ରାୟ ୩ କୋଟି ବ୍ୟକ୍ତିଙ୍କୁ ଟୀକା ପ୍ରଦାନ କରାଯିବ । ପରେ ୫୦ ବର୍ଷରୁ ଉଦ୍ଧ୍ୱ ବୟସର ବ୍ୟକ୍ତି ଏବଂ ବହୁବିଧ ରୋଗରେ ଆକ୍ରାନ୍ତ ପ୍ରାୟ ୨୭ କୋଟି ଲୋକଙ୍କୁ ଟିକା ଦିଆଯିବ । ପ୍ରଧାନମନ୍ତ୍ରୀ ମୋଦୀ ଭିଡିଓ କନଫରେନସିଂ ଜରିଆରେ ଏହି ଆଲୋଚନାରେ ଉପସ୍ଥିତ ରହିବେ । ସୂଚନା ଯୋଗ୍ୟ ଯେ ଭାରତ କରେନା ମାହାମାରୀ ନିୟନ୍ତ୍ରଣ ନିମନ୍ତେ ଦୁଇଟି ଟିକାର ଜରୁରୀକାଳୀନ ବ୍ୟବହାର ପାଇଁ ଅନୁମତି ମିଳିସାରିଛି ।