୨୪ ଘଣ୍ଟା ମଧ୍ୟରେ ଭାରତରେ ୧୨,୪୦୮ କୋଭିଡ୍‌-୧୯ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ଚିହ୍ନଟ ୧୨,୪୦୮ଜଣ କୋଭିଡ୍‌-୧୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୨,୪୦୮ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୧୨୦ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୦୮,୦୨,୫୯୧ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ୧୨୦ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୧,୫୪,୮୨୩ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୫, ୮୫୩ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୦୪,୯୬,୩୦୮। ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟାନୁସାରେ, ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୭.୧୬%।

ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇ ୧,୫୧,୪୬୦ରେ ପହଞ୍ଚିଛି। କ୍ରମାଗତ ୧୭ଶ ଦିନ ଲାଗି ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ତଳେ ରହିଛି।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୭ଟା ସୁଦ୍ଧା ସମୁଦାୟ ୪୯,୫୯,୪୪୫ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ଫେବ୍ରୁଆରି ୧୩ ତାରିଖରୁ ସ୍ୱାସ୍ଥ୍ୟକର୍ମୀମାନଙ୍କୁ ଦ୍ୱିତୀୟ ଡୋଜ୍‌ କୋଭିଡ୍‌-୧୯ ଟିକା ଦିଆଯିବ। ପ୍ରଥମ ଡୋଜ୍‌ ଟିକା ନେଇଥିବା ୯୭% ହିତାଧିକାରୀ ସନ୍ତୁଷ୍ଟ ବୋଲି କେନ୍ଦ୍ର ସରକାର ଗୁରୁବାର ଦିନ କହିଛନ୍ତି।

‘ଆଇସିଏମ୍‌ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଫେବ୍ରୁଆରି ୩ ସୁଦ୍ଧା ସମୁଦାୟ ୧୯,୯୯,୩୧,୭୯୫ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୭,୧୫,୭୭୬ଟି ନମୁନା।

Leave A Reply

Your email address will not be published.

one × two =