ଭୁବନେଶ୍ୱର : ଆଜି ଓଡ଼ିଶାରେ ହେଉଛି ଆନ୍ଧ୍ର ଭୋଟ। କୋଟିଆର ୩ ଗାଁରେ ପଞ୍ଚାୟତ ନିର୍ବାଚନକୁ ନେଇ ଓଡ଼ିଶା-ଆନ୍ଧ୍ର ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହେବା ସହ ମାମଲା ସୁପ୍ରିମକୋର୍ଟରେ ବିଚରାଧୀନ ରହିଛି। ଏପରି ସ୍ଥିତିରେ ବିଜୟାନଗରମ ଜିଲ୍ଲା ପ୍ରଶାସନ ପକ୍ଷରୁ କିନ୍ତୁ ଆଜି ଓଡ଼ିଶାର କୋରାପୁଟ ଜିଲ୍ଲାର ପଟୁସିନେରି ପଞ୍ଚାୟତରେ ମତଦାନ କରାଯାଉଛି। କେବଳ କୋରାପୁଟ ଜିଲ୍ଲା ନୁହେଁ, ମାଲକାନଗିରି ଓ ଗଞ୍ଜାମ ଜିଲ୍ଲାର କେତେକ ପଞ୍ଚାୟତରେ ମଧ୍ୟ ଆଜି ହେଉଛି ଆନ୍ଧ୍ର ନିର୍ବାଚନ। କୋରାପୁଟ ଜିଲ୍ଲାରେ ଥିବା ପଟୁସିନେରିର ୭ଟି ଗାଁକୁ ନେଇ ଆନ୍ଧ୍ର ପ୍ରଦେଶ ଆଉ ଏକ ପଞ୍ଚାୟତ ଗଠନ କରିଛି । ଏଥିରେ ରହିଛି ଓଡ଼ିଶାର ୫ଟି ଗାଁ ଓ ଆନ୍ଧ୍ରର ୨ଟି । ଓଡ଼ିଶାର ଗାଁଗୁଡ଼ିକ ହେଲା ମାଡ଼କାର, ଡଳିଆମ୍ବ, ବର୍ଣ୍ଣାପଡୁ, ପାଟୁସିନେରି ଓ କୋନାଦରା । ଆନ୍ଧ୍ରର ଦୁଇଟି ଗାଁ ହେଲା ଚିକାପାରୁ ଓ ବାଲେଙ୍ଗା ବେଲେସା । ସେହିପରି ତଳଗଂଜେଇ ପଦରର ନାଁ ବଦଳେଇ ଗଂଜେଇ ବାଦ୍ରା ନାଁରେ ନିର୍ବାଚନ କରାଉଛି ଆନ୍ଧ୍ର।