ଦେଶରେ ଆଉ ପଜିଟିଭ ୯,୧୨୧

ନୂଆଦିଲ୍ଲୀ : ଦେଶରେ କରୋନା ପଜିଟିଭ ଓ ମୃତକଙ୍କ ସଂଖ୍ୟାରେ ଲଗାତାର ହ୍ରାସ ପାଉଥିବା ଦେଖାଯାଉଛି। ୨୪ ଘଣ୍ଟାରେ ଆଉ ୯,୧୨୧ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ମୋଟ ପଜିଟିଭ ସଂଖ୍ୟା ୧,୦୯,୨୫,୭୧୦କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ୮୧ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୧,୫୫,୮୧୩ରେ ପହଞ୍ଚିଛି। ଦିନକରେ ୧୧,୮୦୫ ସୁସ୍ଥ ହୋଇଥିବା ବେଳେ ମୋଟ ୧,୦୬,୩୩,୦୨୫ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧,୩୬,୮୭୨ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Leave A Reply

Your email address will not be published.

2 × 2 =