ଭୁବନେଶ୍ୱର : ମୟୁରଭଞ୍ଜ ଜିଲ୍ଲାର ସାରସକଣା ଠାରେ ଘଟିଥିବା ମର୍ମନ୍ତୁଦ ଦୁର୍ଘଟଣାରେ ପାଞ୍ଚ ଜଣଙ୍କର ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ମୃତକଙ୍କ ପରିବାର ଲୋକଙ୍କୁ ଗଭୀର ସମବେଦନା ଜଣାଇବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଦୁଇ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି। ମୃତକଙ୍କମଧ୍ୟରୁ ୪ ଜଣ ହେଉଛନ୍ତି ଓଡିଶାର ଅଧିବାସୀ ଏବଂ ଆଉ ଜଣେ ହେଉଛନ୍ତି ଝାଡଖଣ୍ଡର ଅଧିବାସୀ। ।