ଦେଶରେ ଆଉ ପଜିଟିଭ ୧୩,୭୪୨ ; ସୁସ୍ଥତା ହାର ୯୭.୨୫%

ନୂଆଦିଲ୍ଲୀ : ଦେଶରେ ଗତକାଲି ଜଣାପଡିଥିବା ଆକ୍ରାନ୍ତଙ୍କ ଅପେକ୍ଷା ଆଜି ଜଣାପଡିଥିବା ଆକ୍ରାନ୍ତଙ୍କ ସଂଖ୍ୟାରେ ବୃଦ୍ଧି ପାଇଥିବା ଦେଖାଯାଇଛି। ୨୪ ଘଣ୍ଟାରେ ୧୩,୭୪୨ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ମୋଟ ସଂକ୍ରମିତଙ୍କ ସଂଖ୍ୟା ୧,୧୦,୩୦,୧୭୬କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ୧୦୪ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୧,୫୬,୫୬୭ରେ ପହଞ୍ଚିଛି। ମୃତ୍ୟୁ ହାର ୧.୪୨% ରହିଛି। ୧,୦୭,୨୬,୭୦୨ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାସହ ମୋଟ ସୁସ୍ଥତା ହାର ୯୭.୨୫% ରେ ପହଞ୍ଚିଛି। ୧,୪୬,୯୦୭ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Leave A Reply

Your email address will not be published.

16 + two =