ବିଧାନସଭାରେ ଶ୍ରୀ ମନ୍ଦିର ପରିକ୍ରମା ସଂକଳ୍ପ ପାରିତ

ଭୁବନେଶ୍ୱର: ବିଶ୍ୱପ୍ରସିଦ୍ଧ ଶ୍ରୀମନ୍ଦିର ପରିକ୍ରମା ଯୋଜନା ଆଜି ବିଧାନସଭାରେ ସର୍ବସମ୍ମତି କ୍ରମେ ଗୃହିତ ହୋଇଛି । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ବିଧାନସଭାରେ ଶ୍ରୀମନ୍ଦିର ପରିକ୍ରମା ଯୋଜନା ସଂକଳ୍ପ ବିଧାନସଭାରେ ଆଗତ କରିଥିଲେ । ସଂକଳ୍ପକୁ ବିରୋଧି ଦଳ ନେତା ଶ୍ରୀପ୍ରଦୀପ ନାୟକ ଏବଂ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ସମର୍ଥନ କରିଥିଲେ । ଫଳରେ ବାଚନିକ ଭୋଟ୍ରେ ସର୍ବସମ୍ମତି କ୍ରମେ ସଂକଳ୍ପ ଗୃହିତ ହୋଇଥିବା ବାଚସ୍ପତି ଶ୍ରୀ ସୂର୍ଯ୍ୟନାରାୟଣ ପାତ୍ର ଘୋଷଣା କରିଥିଲେ । ଶ୍ରୀମନ୍ଦିର ପରିକ୍ରମା ଯୋଜନାକୁ ଉଭୟ ବିଜେପି ଓ କଂଗ୍ରେସର ବିଧାୟକମାନେ ପ୍ରଶଂସାା କରିବା ସହ ସମର୍ଥନ ଜଣାଇଥିଲେ ।
ଭିଡିଓ କନଫରେନ୍ସିଂ ଜରିଆରେ ଶ୍ରୀ ମନ୍ଦିର ପରିକ୍ରମା ଯୋଜନାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ପଟନାୟକ ଗୃହରେ ଆଗତ କରି କହିଛନ୍ତି ଯେ, ଓଡିଆ ଜାତିର ସବୁଠାରୁ ବଡ ପରିଚୟ ହେଉଛନ୍ତି ଶ୍ରୀଜଗନ୍ନାଥ । ଆମ ଇତିହାସ, ସଂସ୍କୃତି, ପରମ୍ପରା ଓ ଆମ ବିଶ୍ୱାସ ସବୁ କିଛି ମହାପ୍ରଭୁଙ୍କୁ କେନ୍ଦ୍ର କରି ଗଢି ଉଠିଛି । ସେ ହେଉଛନ୍ତି ଓଡିଆ ଅସ୍ମିତାର ପ୍ରତୀକ ।
ଆମର ସୌଭାଗ୍ୟ ଯେ ଆମ ସମୟରେ ହିଁ ମହାପ୍ରଭୁଙ୍କ ଧାମର ବିକାଶ ପାଇଁ ସେ ଆମକୁ ସୁଯୋଗ ଦେଇଛନ୍ତି । ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିର ଆସୁଥିବା ସବୁ ଭକ୍ତ/ ତଥା ଜଗନ୍ନାଥ ପ୍ରେମୀ ସମସ୍ତଙ୍କ ହୃଦୟର ଗୋଟିଏ ଇଛା ଥାଏ ଯେ ସେମାନେ କିପରି ଏକ ଶାନ୍ତ, ସୁନ୍ଦର ଓ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ମହାପ୍ରଭୁଙ୍କ ଦର୍ଶନ କରିବେ । ଜଗନ୍ନାଥ ମନ୍ଦିରକୁ ଜୀବନକାଳ ମଧ୍ୟରେ ଥରୁଟିଏ ଆସିବା ଏବଂ ମହାପ୍ରଭୁଙ୍କ ଟିକିଏ ଝଲକ ପାଇବା ହେଉଛି ଲକ୍ଷ ଲକ୍ଷ ଭକ୍ତଙ୍କର ଜୀବନର ଏକମାତ୍ର ପ୍ରାର୍ଥନା । ସବୁ ଭକ୍ତ ଯେଭଳି ଏକ ଦିବ୍ୟ ଅନୁଭବ ନେଇ ଫେରିବେ ତାହା ଆମ ସମସ୍ତଙ୍କର ଦାୟୀତ୍ୱ ।
ଏହି ପରିପ୍ରେକ୍ଷୀରେ ଯେତେବେଳେ ଜଷ୍ଟିସ୍ ବି.ପି ଦାସ୍ କମିଟି ଶ୍ରୀମନ୍ଦିର ନିରାପତା କରିଡର ପାଇଁ ସୁପାରିଶ କଲେ, ସେତେବେଳେ ତିନୋଟି ଲକ୍ଷ୍ୟ ନେଇ ଶ୍ରୀମନ୍ଦିର ପରିକ୍ରମା ଯୋଜନା ବିଷୟ ଚିନ୍ତା କରାଯାଇଥିଲା । ସେଗୁଡି ହେଲା : ଶ୍ରୀମନ୍ଦିରର ନିରାପତା, ମହାପ୍ରଭୁଙ୍କ ଦର୍ଶନ ପାଇଁ ଆସୁଥିବା ଲକ୍ଷଲକ୍ଷ ଭକ୍ତମାନଙ୍କର ନିରାପତା, ଭକ୍ତମାନଙ୍କ ପାଇଁ ଏକ ସୁନ୍ଦର ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ଗଜପତି ମହାରାଜାଙ୍କ ନେତୃତ୍ୱରେ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ବିଭିନ୍ନ ଷ୍ଟିକ୍ ହୋଲ୍ଡରମାନଙ୍କ ସହିତ ବହୁବାର ଆଲୋଚନା ପରେ ଶ୍ରୀମନ୍ଦିର ପରିକ୍ରମା /
ଏହି ମହାନ କାର୍ଯ୍ୟ ପାଇଁ ମୁଁ ଗଜପତି ମହାରାଜାଙ୍କୁ ଆନ୍ତରିକ ଧନ୍ୟବାଦ ଜଣାଯାଉଛି । ସେହିପରି ଏହି ଯୋଜନାକୁ ଆଗେଇ ନେବା ପାଇଁ ଆମର ସେବାୟତ ବନ୍ଧୁ ତଥା ପୁରୀର ଜନସାଧାରଣଙ୍କୁ ସେମାନଙ୍କ ସହଯୋଗ ପାଇଁ ମୁଁ ଧନ୍ୟବାଦ ଜଣାଉଛି । ମୁଁ ଧନ୍ୟବାଦ ଜଣାଇବାକୁ ଚାହେଁ ପଦ୍ମବିଭୁଷଣ ଶ୍ରୀ ରଘୁନାଥ ମହାପାତ୍ରଙ୍କୁ, ଡ. ସୁବାସ ପାଣିଙ୍କୁ ଏବଂ ଆହୁରି ଅନେକ ବିଶିଷ୍ଟ ବ୍ୟକ୍ତିଙ୍କୁ ଯେଉଁମାନେ କି ଏହି ମହାନ କାର୍ଯ୍ୟରେ ସେମାନଙ୍କର ଅବଦାନ ରଖି ଆମକୁ ଉସôାହିତ କରିଛନ୍ତି । ଯେହେତୁ ସମସ୍ତଙ୍କ ନାଁ ନେବା ଏଠାରେ ସମ୍ଭବ ହେଉନାହିଁ, ତେଣୁ ଏହି ଯୋଜନା ପ୍ରସ୍ତୁତିରେ ସହାୟତ କରିଥିବା ପ୍ରତ୍ୟେକଙ୍କୁ ମୁଁ ଧନ୍ୟବାଦ ଜଣାଉଛି ।
ସାଧାରଣଭାବେ ସରକାର ଏହି ଯୋଜନାକୁ କାର୍ଯ୍ୟକାରୀ କରିବା ପାଇଁ ପଦକ୍ଷେପ ନେଇଥାନ୍ତି । ମୁଁ ଦୁଢ ବିଶ୍ୱାସ କରେ ଯେ, ଏହି ଯୋଜନା କେବଳ ସରକାରଙ୍କର ନୁହେଁ, ଶ୍ରୀମନ୍ଦିର ପ୍ରଶାସନର ମଧ୍ୟ ନୁହେଁ । ଏ ଯୋଜନା ହେଉଛି ସାଢେ ଚାରିକୋଟି ଓଡିଶାବାସୀଙ୍କର ନିଜ ଯୋଜନା ଏବଂ ଏହି ପବିତ୍ର ଗୃହ ସାଢେ ଚାରିକୋଟି ଓଡିଆଙ୍କର ପ୍ରତିନିଧିତ୍ୱ କରୁଛି । ତେଣୁ ଆପଣମାନଙ୍କ ଜରିଆରେ ଓଡିଶାର ଜନସାଧାରଣଙ୍କ ନିକଟରେ ଶ୍ରୀମନ୍ଦିର କରିଡର ପ୍ଲାନ୍ କରି ମଁୁଁ ନିଜକୁ ଧନ୍ୟ ମନେକରୁଛି । ଏହା ହେଉଛି ଓଡିଆ ଜାତି ପାଇଁ ତଥା ଆମ ସମସ୍ତଙ୍କ ପାଇଁ ଏକ ଐତିହାସିକ ମୂହୁର୍ତ । ଏଭଳି ସୁଯୋଗ ବହୁତ କମ୍ ଆସେ । ପୁରୁଷ ପୁରୁଷ ପରେ, ବହୁ ଯୁଗ ପରେ ଏଭଳି ମୂହୁର୍ତ ଆସେ ।
ଆମେ ସମସ୍ତେ, ସାରା ଓଡିଶାବାସୀ ମିଳିତ ଭାବରେ ଆଜି ଏହି ଅନନ୍ୟ ମୂହୁର୍ତର ଅଂଶ ପାଲଟି ଯାଇଚ୍ଛେ । ଶ୍ରୀମନ୍ଦିର ହେଉଛି ଆମର ଅଧ୍ୟାତ୍ମିକ ଐତିହ୍ୟର କେନ୍ଦ୍ର ଯାହାକି ପୁରୁଷ ପୁରୁଷ ଧରି ଉତରାଧିକାରୀ ସୂତ୍ରରେ ଆମେ ପାଇଛେ । ଏହି ଅମୂଲ୍ୟ ସମ୍ପଦକୁ ଆମେ ଉତରାଧିକାରୀ ସୂତ୍ରରେ ଆମର ଭବିଷ୍ୟତ ବଂଶଧରମାନଙ୍କ ପାଇଁ ସାଇତି ରଖିଛୁ । ଏହି ସ୍ରିଟ୍ ନେଇ ଆମକୁ ଶ୍ରୀମନ୍ଦିର ପରିକ୍ରମା ଯୋଜନାକୁ ଦେଖିବାକୁ ହେବ ଏବଂ ମିଳିତ ଭାବରେ କାମ କରି ତାକୁ ସାକାର କରିବାକୁ ହେବ ।
ଏହି ପରିପ୍ରେକ୍ଷୀରେ ମୁଁ ତିନୋଟି ପ୍ରସ୍ତାବ ଆପଣମାନଙ୍କ ବିଚାର ପାଇଁ ରଖୁଛି : ମହାପ୍ରଭୁଙ୍କର ଶ୍ରୀମନ୍ଦିର ପରିକ୍ରମା ଯୋଜନାକୁ ସଂପୂର୍ଣ୍ଣ କରିବା ପାଇଁ ଆମେ ସମସ୍ତେ ସଂକଳ୍ପ ନେଇ କାମ କରିବା ଏବଂ କାମ ଶିଘ୍ର ଶେଷ କରିବା ପାଇଁ ନିÂାର ସହିତ ଉଦ୍ଧ୍ୟମ କରିବା । ପ୍ରତ୍ୟେକ ଓଡିଆ, ପ୍ରତି ଜଗନ୍ନାଥ ପ୍ରେମୀ ସମସ୍ତଙ୍କ ହୃଦୟରେ ଗୋଟିଏ ଇଚ୍ଛା, ମହାପ୍ରଭୁଙ୍କର ଏହି କାର୍ଯ୍ୟରେ ସାମିଲ ହେବା ତଥା ଏଥିରେ ନିଜର କିଛି ଅବଦାନ ରଖିବା । ଏଥିପାଇଁ ଆମେ ସମସ୍ତଙ୍କୁ ସୁଯୋଗ ଦେବା । ଶ୍ରୀମନ୍ଦିର ପରିକ୍ରମା ଯୋଜନା ପାଇଁ ତ୍ୟାଗ କରିଥିବା ପୁରୀବାସୀଙ୍କୁ ଆନ୍ତରିକ ଧନ୍ୟବାଦ ଜଣାଇବା । ଓଡିଆ ସ୍ୱାଭିମାନ ପାଇଁ ଯେଉଁ ମହାପ୍ରଭୁ ଦିନେ କାଞ୍ଚି ଅଭିଯାନରେ ବାହାରି ଥିଲେ, ଭକ୍ତର ମାନ ରକ୍ଷା ପାଇଁ ଯେଉଁ ମହାପ୍ରଭୁ ନନ୍ଦିଘୋଷ ଛାଡି ବାଳି ରଥରେ ବିଜେ କରିଥିଲେ, ସେ କାଳିଆ ଠାକୁର ଜଗନ୍ନାଥଙ୍କ ସେବାରେ, ତାଙ୍କ ଧାମର ବିକାଶରେ ଆମେ ଯଦି କିଛି ବି ଅବଦାନ ରଖିପାରିବା, ତେବେ ଜଣେ ଓଡିଆ ଭାବରେ ଏହା ହେବ ଆମର ଶ୍ରେÂ ସୌଭାଗ୍ୟ ହେବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଥିଲେ ।
ସୂଚନାଯୋଗ୍ୟ ଯେ, ବିଶ୍ୱପ୍ରସିଦ୍ଧ ଶ୍ରୀମନ୍ଦିର ସୌନ୍ଦର୍ଯ୍ୟ କରଣ ତଥା ସୂରକ୍ଷା ପାଇଁ ଗତ ୨୦୧୯ ମସିହା ଅକ୍ଟୋବର ମାସ ୧୯ ତାରିଖ ଦିନ ରାଜ୍ୟକ୍ୟାବିନ୍ଟେ୍ ରେ ଏକ ପ୍ରସ୍ତାବ ଅନୁମୋଦିତ ହୋଇଥିଲା । ଗତ ଜାନୁୟାରୀ ପହିଲାରେ ଏହାର ମାଷ୍ଟର ପ୍ଲାନ୍ ଚୂଡାନ୍ତ ହୋଇଥିଲା । ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଆଜି ଶ୍ରୀ ମନ୍ଦିର ପରିକ୍ରମା ଯୋଜନା ବିଧାନସଭାରେ ଆଗତ କରିବା ପରେ ଏହା ସର୍ବସମ୍ମତି କ୍ରମେ ଗୃହର ଅନୁମୋଦନ ଲାଭ କରିଛି । ଆସନ୍ତା ପହିଲାରୁ କାର୍ଯ୍ୟ ଆରମ୍ଭ ହେବ ଜଣାଯାଇଛି । ଏହି ଯେଜାନାରେ ୮ଶହ କୋଟି ଟଙ୍କା ବ୍ୟୟହେବ ।

Leave A Reply

Your email address will not be published.

eighteen + four =