ଦେଶରେ ପୁଣି କରୋନା ସଂକ୍ରମଣରେ ବୃଦ୍ଧି

ନୂଆଦିଲ୍ଲୀ : ଦେଶରେ ପୁଣି କରୋନା ସଂକ୍ରମଣ ବୃଦ୍ଧି ପାଉଛି। ଦିନକରେ ଆକ୍ରାନ୍ତଙ୍କ ସଂଖ୍ୟା ୨୬ ହଜାର ଅତିକ୍ରମ କରିବା ସହ ଆଉ ୨୬,୨୯୧ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧,୧୩,୮୫,୩୩୯କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ୧୧୮ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୧,୫୮,୭୨୫ରେ ପହଞ୍ଚିଛି। ୨୪ ଘଣ୍ଟାରେ ୧୭,୪୫୫ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ମୋଟ ୧,୧୦,୦୭,୩୫୨ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୨,୧୯,୨୬୨ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Leave A Reply

Your email address will not be published.

three × two =