ଜାତୀୟ ଚଳଚ୍ଚିତ୍ର ପୁରସ୍କାର ବିଜେତାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଭୁବନେଶ୍ୱର: ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପାଇବାକୁ ଥିବା ୩ ଟି ଓଡିଆ ସିନେମାର ଚଳଚ୍ଚିତ୍ର ନିଦେ୍ର୍ଧଶକ, ପ୍ରଯୋଜକ ଓ କଳାକାରଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ ଟୁଇଟ୍ କରି କହିଛନ୍ତି ଯେ ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ଭାବେ ‘ଶଲା ବୁଢ଼ାର ବଦଲା’ ଓ ‘କାଲିର ଅତୀତ’ ଏବଂ ଶ୍ରେଷ୍ଠ କଳା ଓ ସାଂସ୍କୃତିକ ଚଳଚ୍ଚିତ୍ର ଭାବେ ‘ଶ୍ରୀକ୍ଷେତ୍ରରୁ ସାହିଯାତ’ ୬୭ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଲାଗି ବିବେଚିତ ହେବା ଓଡ଼ିଶା ପାଇଁ ଗୌରବର ବିଷୟ । ଚଳଚ୍ଚିତ୍ର ‘କାଲିର ଅତୀତ’ର ନିଦେ୍ର୍ଧଶକ ନୀଳମାଧବ ପଣ୍ଡା, ‘ଶ୍ରୀକ୍ଷେତ୍ରରୁ ସାହିଯାତ’ର ପ୍ରଯୋଜକ ଓ ନିଦେ୍ର୍ଧଶକ ଆଶୁତୋଷ ପଟ୍ଟନାୟକ ଏବଂ ‘ଶଲା ବୁଢ଼ାର ବଦଲା’ର ନିଦେ୍ର୍ଧଶକ ଡଃ. ସବ୍ୟସାଚୀ ମହାପାତ୍ର ଓ ସମସ୍ତ କଳାକାରମାନଙ୍କୁ ମୋର ଶୁଭେଚ୍ଛା ।

Leave A Reply

Your email address will not be published.

2 + eight =