ନୂଆଦିଲ୍ଲୀ: ମେ ୧ ତାରିଖ ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୩୫୦୪୩ ଜଣ କରୋନାଭାଇରସ୍ ଦ୍ୱାରା ଆକ୍ରାନ୍ତ ହୋଇଥିବା କଥା କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ତରଫରୁ ସୂଚନା ଦିଆଯାଇଛି । ଆକ୍ରାନ୍ତଙ୍କ ମଧ୍ୟରୁ ୮୮୮୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ସେମାନଙ୍କ ମଧ୍ୟରୁ ଜଣେ ଦେଶାନ୍ତର ଯାତ୍ରା କରିଛନ୍ତି । ବାକି ୧୧୪୭ ଜଣ ଆକ୍ରାନ୍ତ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି ।
ମୃତବ୍ୟକ୍ତିମାନଙ୍କ ମଧ୍ୟରେ ଅଛନ୍ତି ଆନ୍ଧ୍ରପ୍ରଦେଶରେ ୩୧ ଜଣ, ଆସାମରେ ୧ଜଣ, ବିହାରରେ ୨ ଜଣ, ଦିଲ୍ଲୀରେ ୫୯ ଜଣ, ଗୁଜରାଟରେ ୨୧୪ ଜଣ, ହରିୟାଣାରେ ୩ ଜଣ, ହିମାଚଳ ପ୍ରଦେଶରେ ୧ ଜଣ, ଜମ୍ମୁ ଓ କଶ୍ମୀରରେ ୮ ଜଣ, ଝାଡ଼ଖଣ୍ଡରେ ୩ ଜଣ, କର୍ଣ୍ଣାଟକରେ ୨୧ ଜଣ, କେରଳରେ ୪ ଜଣ, ମଧ୍ୟପ୍ରଦେଶରେ ୧୩୭ ଜଣ, ମହାରାଷ୍ଟ୍ରରେ ୪୫୯ ଜଣ, ମେଘାଳୟରେ ୧ ଜଣ, ଓଡ଼ିଶାରେ ୧ ଜଣ, ପଞ୍ଜାବରେ ୧୯ ଜଣ, ରାଜସ୍ଥାନରେ ୫୮ ଜଣ, ତାମିଲନାଡୁରେ ୨୭ ଜଣ, ତେଲେଙ୍ଗାନାରେ ୨୬ ଜଣ, ଉତ୍ତରପ୍ରଦେଶରେ ୩୯ ଜଣ ଏବଂ ପଶ୍ଚମବଙ୍ଗରେ ୩୩ ଜଣ ।