ଓଡ଼ିଶାର ୧୨୨୮ ମେଟ୍ରିକ ଟନ ଅମ୍ଳଜାନ ସହାୟତା

ଭୁବନେଶ୍ୱର: ଗତ କିଛି ଦିନ ଧରି ଓଡ଼ିଶାରୁ ବିଭିନ୍ନ ରାଜ୍ୟକୁ ଅକ୍ସିଜେନ୍ ଯୋଗାଣ କାର୍ଯ୍ୟ ଜାରି ରହିଛି । ଅଦ୍ୟାବଧି ୬୭ ଟି ଟ୍ୟାଙ୍କର୍ ଯୋଗେ ୧୨୬୮ ଟନ୍ରୁ ଅଧିକ ଅକ୍ସିଜେନ୍ ବିଭିନ୍ନ ରାଜ୍ୟକୁ ପଠାଯାଇଛି । ଅନୁଗୁଳ, ରାଉରକେଲା, ଢେଙ୍କାନାଳ ଏବଂ ଯାଜପୁର ଜିଲ୍ଲାରୁ ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା, ମ୍ମପ୍ରଦେଶ, ମହାରାଷ୍ଟ୍ର, ଉତରପ୍ରଦେଶ, ହରିୟାଣାକୁ ଅକ୍ସିଜେନ୍ ପଠାଯାଇଛି । ଅକ୍ସିଜେନ୍ ନେଇ ଯାଉଥିବା ଟ୍ୟାଙ୍କର୍ଗୁଡ଼ିକର ସହଜ ଯାତାୟତ ନିମନ୍ତେ ଏକ ସ୍ୱତନ୍ତ୍ର ଗ୍ରୀନ୍ କରିଡ଼ର୍ ପ୍ରସ୍ତୁତ କରାଯାଇଛି । ରାଜ୍ୟ ତଥା ରାଜ୍ୟ ଦେଇ ବାହାରକୁ ଅକ୍ସିଜେନ୍ ନେଇ ଯାଉଥିବା ଟ୍ୟାଙ୍କର୍ଗୁଡ଼ିକର ଯାତାୟତରେ ଯେମିତି କିଛି ଅସୁବିଧା ନ ଉପୁଜିବ ସେ ନେଇ ରାଜ୍ୟ ପୋଲିସ୍ ତର‘ରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି ।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିଦେ୍ର୍ଧଶକ୍ରମେ ରାଜ୍ୟ ପୋଲିସ୍ ପକ୍ଷରୁ ଏକ ସ୍ୱତନ୍ତ୍ର ସେଲ୍ ଗଠନ କରାଯାଇଛି । ଅତିରିକ୍ତ ଆରକ୍ଷୀ ମହାନିଦେ୍ର୍ଧଶକ (ଆଇନ୍ ଓ ଶୃଙ୍ଖଳା) ଯଶୋୱନ୍ତ ଜେଠୱାଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଅକ୍ସିଜେନ୍ ଯୋଗାଣ କାର୍ଯ୍ୟକ୍ରମକୁ ତ୍ୱରାନ୍ୱିତ କରାଯାଉଛି । ଜିଲ୍ଲାର ସମସ୍ତ ଏସ୍ପି/ଡିସିପି/ରେଂଜ ଡିଆଇଜି/ଆଇଜିଏବଂ ପୋଲିସ୍ କମିଶନର ନିଜ ନିଜ ଅଂଚଳରେ ଏହି କାର୍ଯ୍ୟକୁ ତ୍ୱରାନ୍ୱିତ କରିବାକୁ ନିଦେ୍ର୍ଧଶ ଦିଆଯାଇଛି ।
ଅକ୍ସିଜେନ୍ ଅଭାବର ସମ୍ମୁଖୀନ ହେଉଥିବା ରାଜ୍ୟଗୁଡ଼ିକରେ ଟ୍ୟାଙ୍କର୍କୁ ସୁରକ୍ଷିତ ଭାବେ ନିର୍ଦ୍ଧାରିତ ସ୍ଥାନରେ ପହଁଚାଇବାକୁ ରାଜ୍ୟ ପୋଲିସ୍ ସଦାସର୍ବଦା ପ୍ରତିଶ୍ରୁତିବଦ୍ଧ ରହିଛି ।

Leave A Reply

Your email address will not be published.

1 × 3 =