ପ୍ରଭାବ ଆରମ୍ଭ

ଭୁବନେଶ୍ୱର: ବାତ୍ୟା ୟାସ ପ୍ରଭାବରୁ ଉପକୂଳ ଓଡ଼ିଶାରେ ବର୍ଷା ଆରମ୍ଭ ହୋଇଛି । ପାଣିପାଗ ବିଭାଗରେ ସୂଚନା ଅନୁସାରେ, ଆଜି ଏବଂ ଆସନ୍ତାକାଲି ଦୁଇ ଦିନ ବର୍ଷାର ପରିମାଣ ବଢ଼ିପାରେ । ଉପକୂଳ ଓ ଉତର ଓଡ଼ିଶାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ତେଣୁ ପୁରୀ, ଖୋର୍ଦ୍ଧା, କଟକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରପାଡା, ଭଦ୍ରକ ଓ ବାଲେଶ୍ୱର ଭଳି ୮ଟି ଜିଲ୍ଳା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ଆଜିପାଇଁ ଗଞ୍ଜାମ, ଢ଼େଙ୍କାନାଳ ଓ ମୟୂରଭଞ୍ଜ ଜିଲ୍ଳା ପାଇଁ ୟେଲୋୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ବାତ୍ୟା ଲ୍ୟାଣ୍ଡଫଲ କରିବା ଦିନ ଅର୍ଥାତ ୨୬ ତାରିଖ ପାଇଁ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାକୁ ଥିବା ୯ଟି ଜିଲ୍ଲା ଜଗତସିଂପୁର, କଟକ, କେନ୍ଦ୍ରାପଡା, ଯାଜପୁର, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, ଢ଼େଙ୍କାନାଳ ଏବଂ କେନ୍ଦୁଝର ପାଇଁ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି । ତାଛଡା ପୁରୀ, ଖୋର୍ଦ୍ଧା, ଅନୁଗୁଳ, ଦେବଗଡ଼ ଓ ସୁନ୍ଦରଗଡ଼ ଭଳି ୫ଟି ଜିଲ୍ଲାକୁ ୟେଲୋୱାର୍ଣ୍ଣିଂ ଦିଅଯାଇଛି । ଏହିସବୁ ଜିଲ୍ଳାରେ ବର୍ଷା ପବନ ଯୋଗୁଁ ବ୍ୟାପକ କ୍ଷୟକ୍ଷତି ଘଟିବାର ଆଶଙ୍କା ଥିବାରୁ ଲୋକଙ୍କୁ ଥିବାରୁ ଲୋକଙ୍କୁ ସତର୍କ କରିବା ସହ ବାତ୍ୟା ସମ୍ପୂର୍ଣ୍ଣ ନସରିବା ଯାଏଁ ଘରୁ ନବାହାରିବାକୁ ପରାମର୍ଶ ଦେଇଛନ୍ତି ଏସ୍‌ଆରସି ।

Leave A Reply

Your email address will not be published.

twenty − 18 =