ଭୁବନେଶ୍ୱର: ରାଜ୍ୟରେ ଥିବା ଔଷଧ ଦୋକାନୀ ଏବଂ ସେଠାରେ କାମ କରୁଥିବା କର୍ମଚାରୀଙ୍କୁ ପ୍ରାଥମିକତା ଭିତିରେ ଟିକାକରଣ କରାଯିବ । ଏନେଇ ବୁଧବାର ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ରାଜ୍ୟର ସମସ୍ତ ଜିଲ୍ଲାପାଳ ଓ ମ୍ୟୁନିସିପାଲ କମିଶନରଙ୍କୁ ଚିଠି ଲେଖି ଅବଗତ କରାଇଛି । ଶ୍ରୀ ମହାପାତ୍ର ଏହି ଚିଠିରେ ଉଲ୍ଲେଖ କରିଛନ୍ତି ଯେ, ଲକଡାଉନ୍ ଓ ସଟଡାଉନ ବେଳେ ଔଷଧ ଦୋକାନୀମାନେ ସେମାନଙ୍କର ନିରବିଚ୍ଛନ ସେବା ଯୋଗାଇ ଚାଲିଛନ୍ତି । ପ୍ରତିଦିନ ସେମାନେ ଅନେକ ଲୋକଙ୍କ ସଂସ୍ପର୍ଶର ଆସୁଛନ୍ତି । ତେଣୁ ଏହାକୁ ଆଖି ଆଗରେ ରଖି ସେମାନଙ୍କର ଟିକାକରଣ କରିବାକୁ ସରକାର ନିଷ୍ପତି ନେଇଛନ୍ତି । ଔଷଧ ଦୋକାନରେ କାମ କରୁଥିବା କର୍ମଚାରୀଙ୍କ ଭିତରୁ ଯେଉଁମାନେ ୪୫ ବର୍ଷରୁ ଅଧିକ ବୟସ ସେମାନେ କେନ୍ଦ୍ର ଦେଇଥିବା ଟିକାରୁ ନେଇପାରିବେ । ଏହାସହ ଯେଉଁମାନଙ୍କ ବୟସ ୪୫ ବର୍ଷରୁ କମ ସେମାନେ ରାଜ୍ୟ କିଣିଥିବା ଟିକାରୁ ଟିକା ନେଇପାରିବେ ବୋଲି କୁହାଯାଇଛି ।