ଭିଜିଲାନ୍ସ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀଙ୍କ ଶେଷକୃତ୍ୟ ସମ୍ପନ୍ନ

କଟକ : ପରଲୋକ ଗତ ରାଜ୍ୟ ଭିଜିଲାନ୍ସ ବିଭାଗର ନିର୍ଦ୍ଦେଶକ, ପୁଲିସ ବିଭାଗର ଅତିରିକ୍ତ ଡିଜି, ବିଶିଷ୍ଟ ସାହିତ୍ୟିକ ଡକ୍ଟର ଦେବାଶିଷ ପାଣିଗ୍ରାହୀଙ୍କର ଆଜି ରାଷ୍ଟ୍ରୀୟ ମର୍ଯ୍ୟଦା ସହକାରେ କଟକ ଖାରନଗର ଶ୍ମଶାନରେ ଶେଷକୃତ୍ୟ ସମ୍ପର୍ନ୍ନ ହୋଇଛି । କରୋନାରେ ସଂକ୍ରମିତ ହୋଇ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ଘଟିଛି । ତାଙ୍କୁ ମାତ୍ର ୫୬ ବର୍ଷ ହୋଇଥିଲା । ଡକ୍ଟର ପାଣିଗ୍ରାହୀ କରୋନାରେ ଆକ୍ରାନ୍ତ ହୋଇ ମେ ୨୯ ତାରିଖରେ କଟକର ଅଶ୍ୱିନୀ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । କିନ୍ତୁ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଦିନକୁ ଦିନ ଗୁରୁତର ହେବାରୁ ଏକମୋ ସହାୟତାରେ ଚିକିତ୍ସା ପାଇଁ ଜୁନ୍ ୮ ତାରିଖରେ ତାଙ୍କୁ ଏୟାର ଆମ୍ବୁଲାନ୍ସରେ କୋଲକାତା ନିଆଯାଇଥିଲା । କିନ୍ତୁ ସେଠାରେ ଡାକ୍ତରଙ୍କ ସମସ୍ତ ଉଦ୍ୟମ ବିଫଳ ହୋଇଛି । ଡକ୍ଟର ପାଣିଗ୍ରାହୀଙ୍କର ପତ୍ନୀ ଅଧ୍ୟାପିକା ତଥା ବିଶିଷ୍ଟ କଣ୍ଠଶିଳ୍ପୀ ଝୁମକି ରଥ, ଗୋଟିଏ ଝିଅ ଓ ଗୋଟିଏ ପୁଅ ଅଛନ୍ତି ।
୧୯୬୫, ଅଗଷ୍ଟ ୨୯ ତାରିଖରେ ବାଲେଶ୍ୱରରେ ଜନ୍ମିତ ଦେବାଶିଷ ରେଭେନ୍ସା କଲେଜରୁ ରାଜନୀତି ବିଜ୍ଞାନରେ ସ୍ନାତକ ଏବଂ ଉତ୍କଳ ବିଶ୍ୱବିଦ୍ୟାଳୟରେ ସ୍ନାତକୋତ୍ତର କରିବା ସହିତ ଦିଲ୍ଲୀର ଜେଏନୟୁରେ ଏମଫିଲ୍ ଓ ପିଏଚ୍‌ଡି କରିଥିଲେ । ୧୯୯୧ରେ ସେ ଭାରତୀୟ ପୁଲିସ ସେବା (ଆଇପିଏସ୍‌)ରେ ଯୋଗ ଦେଇଥିଲେ । ପୁଲିସ ସେବାରେ ଯୋଗଦେଇ ସେ କଟକ, ଭୁବନେଶ୍ୱର, ପୁରୀ, ଗଂଜାମ, କେନ୍ଦୁଝର ଭଳି ଗୁରୁତ୍ୱପୂର୍ଣ୍ଣ ଜିଲ୍ଲାରେ ଏସ୍‌ପି ଭାବେ କାର୍ଯ୍ୟ କରିବା ସହିତ ପୁଲିସ ବିଭାଗର ଡିଆଇଜି (ପ୍ରଶାସନ), ଗୃହ ବିଭାଗର ସ୍ୱତନ୍ତ୍ର ସଚିବ ଭାବେ କାର୍ଯ୍ୟ କରିଥିଲେ ।

Leave A Reply

Your email address will not be published.

fourteen − 4 =