୭ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର: ଲଘୁଚାନ ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଛି । ଆସନ୍ତା ୨୪ ଘଂଟା ମଧ୍ୟରେ ୭ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବା ସମ୍ଭାବନା ନେଇ ସତର୍କ ସୂଚନା ଜାରି କରିଛି ଆଂଚଳିକ ପାଣିପାଗ କେନ୍ଦ୍ର । ୭ଟି ଜିଲ୍ଲା ଏହା ଯାଜପୁର, କେନ୍ଦ୍ରପଡା, ଜଗତସିଂହପୁର, କେନ୍ଦୁଝର, କଟକ, ମୟୂରଭଞ୍ଜ ଓ ଢ଼େଙ୍କାନାଳ । ଏହା ବ୍ୟତିତ ସୁନ୍ଦରଗଡ଼, ବାଲେଶ୍ୱର, ଭଦ୍ରକ, ଗଜପତି, ଗଞ୍ଜାମ, କନ୍ଧମାଳ ଜିଲ୍ଳାରେ କିଛି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଏହାସହ ଘଡଘଡି ସହ ବଜ୍ରପାତ ନେଇ ୧୧ ଜିଲ୍ଳାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ଏହି ସବୁ ଜିଲ୍ଳାଗୁଡିକ ହେଲା କେନ୍ଦୁଝର, ମୟୂରଭଂଜ, ସୁନ୍ଦରଗଡ଼, ବାଲେଶ୍ୱର, ଭଦ୍ରକ, ଗଜପତି, ଗଞ୍ଜାମ, କନ୍ଧମାଳ, ନବରଙ୍ଗପୁର, କୋରାପୁଟ ଏବଂ ରାୟଗଡ଼ । ଏନେଇ ପାଣିପାଗ ବିଶେଷଜ୍ଞ ଏଚ.ଆର ବିଶ୍ୱାସ କହିଛନ୍ତି ୨୨ ଜୁନ୍‌ରେ ଓଡ଼ିଶାର କିଛି ଜିଲ୍ଲାରେ ମଧ୍ୟମ ଧରଣର ଓ କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ମୌସୁମୀ ପ୍ରଭାବରେ ଜୁନ୍ ୧ରୁ ଜୁନ ୨୧ ଯାଏଁ ଓଡ଼ିଶାରେ ୧୩୬.୩ ମିଲିମିଟର ବର୍ଷା ରେକର୍ଡ ହୋଇଛି ।

Leave A Reply

Your email address will not be published.

seventeen + 12 =