ଭୁବନେଶ୍ୱର: ରାଜ୍ୟରେ ମହାମାରୀ କରୋନାର ଦ୍ୱିତୀୟ ଲହର କମଶଃ ହ୍ରାସ ପାଉଥିଲା ବେଳେ ମୃତ୍ୟୁ ସଂଖ୍ୟା କମୁନାହିଁ । ଆଜି ଦୈନିକ ସଂକ୍ରମଣ ୩ହଜାର ତଳେ ଥିଲା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ୪୦ରୁ ଖସୁନାହିଁ । ଆଜି ଦିନକରେ ରାଜ୍ୟରେ ଆଉ ୪୨ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି । ଫଳରେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୧୯୬କୁ ବୃଦ୍ଧି ପାଇଛି ।
ଗତ ୨୪ ଘଣ୍ଟା ଭିତରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୮ ଜଣଙ୍କ ମୃତ୍ୟୁ ଘଟିଥିବା ଜଣାଯାଇଛି । ଅପରପକ୍ଷରେ ବରଗଡ଼ ଜିଲ୍ଲାରୁ ୫, ସୁନ୍ଦରଗଡ଼ ଜିଲ୍ଲାରୁ ୪, ଅନୁଗୁଳ, ଝାରସୁଗୁଡ଼ା, ସମ୍ବଲପୁର ଓ ଗଞ୍ଜାମ ଜିଲ୍ଲାରୁ ୩ ଜଣ ଲେଖାଏଁ ସଂକ୍ରମିତଙ୍କ ପ୍ରାଣହାନି ଘଟିଛି । ଠିକ୍ ସେହିପରି ଢେଙ୍କାନାଳ, ଜଗତସିଂହପୁର, ଯାଜପୁର, କଳାହାଣ୍ଡି, ପୁରୀ ଓ ନୟାଗଡ଼ ଜିଲ୍ଲାରୁ ୨ ଜଣ ଲେଖାଏଁ ଏବଂ କେନ୍ଦୁଝର ଜିଲ୍ଲାରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।
ଅନ୍ୟପକ୍ଷରେ ଆଜି ଦିନକରେ ରାଜ୍ୟରେ ୨,୮୭୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୬୫୨ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୨୧୮ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଆଜି କଟକ ଜିଲ୍ଲାରୁ ସର୍ବାଧିକ ସର୍ବାଧିକ ୪୪୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିଲା ବେଳେ ଖୋର୍ଦ୍ଧାରୁ ୩୮୪ଜଣ ଚିହ୍ନଟ ହୋଇଛନ୍ତି । ସେହିପରି ଅନୁଗୁଳ ଜିଲ୍ଲାରୁ ୯୯ଜଣ, ବାଲେଶ୍ୱରରୁ ୨୪୦ଜଣ, ବରଗଡ଼ରୁ ୧୪ଜଣ, ଭଦ୍ରକରୁ ୧୨୮ଜଣ, ବଲାଙ୍ଗୀରରୁ ୨୯ ଜଣ, ବୌଦ୍ଧରୁ ୧୩ଜଣ, ଦେବଗଡ଼ରୁ ୫ ଜଣ, ଢେଙ୍କାନାଳରୁ ୮୫ଜଣ, ଗଜପତିରୁ ୭ ଜଣ, ଗଞ୍ଜାମରୁ ୧୧ ଜଣ, ଜଗତସିଂହପୁରରୁ ୧୧୨ ଜଣ, ଯାଜପୁରରୁ ୧୯୧ ଜଣ, ଝାରସୁଗୁଡ଼ାରୁ ୫ ଜଣ, କଳାହାଣ୍ଡିରୁ ୩୬ ଜଣ, କନ୍ଧମାଳରୁ ୨୫ ଜଣ, କେନ୍ଦ୍ରାପଡ଼ାରୁ ୧୫୭ଜଣ, କେଉଁଝରରୁ ୬୬ଜଣ, କୋରାପୁଟରୁ ୬୦ଜଣ, ମାଲକାନଗିରିରୁ ୫୭ଜଣ, ମୟୁରଭଞ୍ଜରୁ ୧୬୪ଜଣ, ନବରଙ୍ଗପୁରରୁ ୩୫ ଜଣ, ନୟାଗଡ଼ରୁ ୧୦୫ଜଣ, ନୂଆପଡ଼ାରୁ ୭ଜଣ, ପୁରୀରୁ ୧୬୫ଜଣ, ରାୟଗଡ଼ାରୁ ୫୦ଜଣ, ସମ୍ୱଲପୁରରୁ ୨୩ଜଣ, ସୋନପୁରରୁ ୧୦, ସୁନ୍ଦରଗଡ଼ ଜିଲ୍ଲାରୁ ୮୭ ଓ ଷ୍ଟେଟ ପୁଲରୁ ୬୦ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୯,୨୧,୮୯୬ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେହିପରି ୮,୮୭,୪୨୦ ଜଣ ସୁସ୍ଥ ହୋଇଛନ୍ତି । ଏବେ ବି ୩୦, ୨୨୭ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି ।