କରୋନା ସ୍ଥିତି ନେଇ ୧୬ରେ ମୋଦୀ-ନବୀନ ଆଲୋଚନା

ନୂଆଦିଲ୍ଲୀ: ରାଜ୍ୟରେ କରୋନା ସ୍ଥିତି ନେଇ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା ୧୬ ତାରିଖ ଦିନ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ସହ ଭିଡିଓ କନ୍ଫରେନ୍ସିଂ ଜରିଆରେ ଅଲୋଚନା କରିବେ । ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ ରାଜ୍ୟରେ କରୋନା ସ୍ଥିତି ସମ୍ପର୍କରେ ସମୀକ୍ଷା କରିବେ । କେବଳ ଓଡିଶା ନୁହେଁ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ ସେହିଦିନ ଆନ୍ଧ୍ର, କର୍ଣ୍ଣାଟକ, ମହାରାଷ୍ଟ୍ର, କେରଳ ଓ ତାମିଲନାଡୁର ମୁଖ୍ୟମନ୍ତ୍ରୀଙ୍କ ସହ ପୂର୍ବାହ୍ନ ୧୧ଟାରେ କରୋନା ସ୍ଥିତି ସମ୍ପର୍କରେ ସମୀକ୍ଷା କରିବେ ବୋଲି ଜଣାଯାଇଛି ।

Leave A Reply

Your email address will not be published.

four × four =