ଭୁବନେଶ୍ୱର: ରାଜ୍ୟରେ କରୋନା ଆଜି ଆଉ ୬୨ ଜୀବନ ନେଇଥିଲା ବେଳେ କେବଳ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୪୨ ଜଣଙ୍କର ମୃତ୍ୟୁ ଘଟିଥିବା ଜଣାଯାଇଛି । ଏଥିସହିତ ସୁନ୍ଦରଗଡ ଜିଲାରୁ ୧୦, କେନ୍ଦୁଝର ୪, ଯାଜପୁର ଜିଲାରେ ୨ ଜଣଙ୍କର ମୃତ୍ୟୁ ଘଟିଛି । ଏହି ସମୟ ମଧ୍ୟରେ ଗଞ୍ଜାମ, ଜଗତସିଂହପୁର, କନ୍ଧମାଳ, ପୁରୀ ଜିଲାରୁ ଜଣେ ଲେଖାଏଁ ପ୍ରାଣ ହରାଇଛନ୍ତି । ଏଥିସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୫୫୭୪କୁ ବୃଦ୍ଧିପାଇଛି ।
ସେହିପରି ରାଜ୍ୟରେ ୧୬୩୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୯୪୯ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୬୮୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୫୦ ଜଣ ଆକ୍ରାନ୍ତ ଅଛନ୍ତି । ଅନୁଗୁଳରୁ ୧୦୦ ଜଣ, ବାଲେଶ୍ୱରରୁ ୫୭ ଜଣ, ବରଗଡ଼ରୁ ୧୧ ଜଣ, ଭଦ୍ରକରୁ ୭୧ ଜଣ, ବଲାଙ୍ଗୀରରୁ ୮ ଜଣ, ବୌଦ୍ଧରୁ ୯, କଟକରୁ ୨୫୦ ଜଣ, ଦେବଗଡ଼ରୁ ୪ ଜଣ, ଢେଙ୍କାନାଳରୁ ୫୦ ଜଣ, ଗଜପତିରୁ ୧୬ ଜଣ, ଗଞ୍ଜାମରୁ ୧୬ ଜଣ, ଜଗତସିଂହପୁରରୁ ୮୫ ଜଣ, ଯାଜପୁରରୁ ୮୦ ଜଣ, ଝାରସୁଗୁଡ଼ାରୁ ୬ ଜଣ, କଳାହାଣ୍ଡିରୁ ୭ ଜଣ, କନ୍ଧମାଳରୁ ୩୬ ଜଣ, କେନ୍ଦ୍ରାପଡ଼ାରୁ ୭୬ ଜଣ, କେଉଁଝରରୁ ୧୮ ଜଣ, ଖୋର୍ଦ୍ଧାରୁ ୩୫୦ ଜଣ, କୋରାପୁଟରୁ ୯ ଜଣ, ମାଲକାନଗିରିରୁ ୯ ଜଣ, ମୟୁରଭଞ୍ଜରୁ ୭୫ ଜଣ, ନବରଙ୍ଗପୁରରୁ ୯ ଜଣ, ନୟାଗଡ଼ରୁ ୩୯ ଜଣ, ନୂଆପଡ଼ାରୁ ୧୪, ପୁରୀରୁ ୭୮ ଜଣ, ରାୟଗଡ଼ାରୁ ୧୪ ଜଣ, ସମ୍ୱଲପୁରରୁ ୧୩ ଜଣ, ସୋନପୁରରୁ ୧୧, ସୁନ୍ଦରଗଡ଼ରୁ ୬୧ ଓ ଷ୍ଟେଟ ପୁଲରୁ ୭୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।