ଭୁବନେଶ୍ୱର: ମହାମାରୀ କରୋନାର ଦ୍ୱିତୀୟ ଲହର ସଂକ୍ରମଣ ଗତ କିଛି ଦିନ ଧରି ରାଜ୍ୟରେ ପ୍ରାୟତଃ ସ୍ଥିର ରହିଥିଲା ବେଳେ ଆଜି ୧୬୫୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ରାଜ୍ୟରେ ୬୫ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୭୬୮କୁ ବୃଦ୍ଧି ପାଇଛି ।
ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯ ଜଣ ଅଛନ୍ତି । ଏହାଛଡ଼ା ବରଗଡ଼ ଜିଲ୍ଲାରୁ ୭ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୬, ସମ୍ବଲପୁର ଓ ଝାରସୁଗୁଡ଼ା ଜିଲ୍ଲାରୁ ୫ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଅନୁଗୁଳ, ପୁରୀ, ଗଞ୍ଜାମ, ବଲାଙ୍ଗୀର, କଟକ ଓ ଯାଜପୁର ଜିଲ୍ଲାରୁ ୩ ଜଣ ଲେଖାଏଁ, ଜଗତସିଂହପୁର, ଭଦ୍ରକ, ଗଜପତି, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ ଜଣ ଲେଖାଏଁ, ମୟୂରଭଞ୍ଜ, ନୟାଗଡ଼, ଢେଙ୍କାନାଳ, କେନ୍ଦୁଝର, କୋରାପୁଟ, ନୂଆପଡ଼ା ଓ କଳାହାଣ୍ଡି ଜିଲ୍ଲାରୁ ଜଣେ ଲେଖାଏଁ କରୋନା ସଂକ୍ରମିତଙ୍କ ପ୍ରାଣହାନି ଘଟିଛି ।
ଅନ୍ୟପକ୍ଷରେ ରାଜ୍ୟରେ ଆଜି ଆକ୍ରାନ୍ତଙ୍କ ମଧ୍ୟରୁ ୯୩୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୬୭୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୪୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଅନୁଗୁଳରୁ ୭୨ ଜଣ, ବାଲେଶ୍ୱରରୁ ୯୮ ଜଣ, ବରଗଡ଼ରୁ ୫ ଜଣ, ଭଦ୍ରକରୁ ୬୦ ଜଣ, ବଲାଙ୍ଗୀରରୁ ୭ ଜଣ, ବୌଦ୍ଧରୁ ୧୧, କଟକରୁ ୨୨୯ ଜଣ, ଦେବଗଡ଼ରୁ ୯ ଜଣ, ଢେଙ୍କାନାଳରୁ ୩୦ ଜଣ, ଗଜପତିରୁ ୨ ଜଣ, ଗଞ୍ଜାମରୁ ୭ ଜଣ, ଜଗତସିଂହପୁରରୁ ୯୬ ଜଣ, ଯାଜପୁରରୁ ୭୦ ଜଣ, ଝାରସୁଗୁଡ଼ାରୁ ୧୦ ଜଣ, କଳାହାଣ୍ଡିରୁ ୨ ଜଣ, କନ୍ଧମାଳରୁ ୧୪ ଜଣ, କେନ୍ଦ୍ରାପଡ଼ାରୁ ୪୦ ଜଣ, କେଉଁଝରରୁ ୧୫ ଜଣ, ଖୋର୍ଦ୍ଧାରୁ ୪୪୨ ଜଣ, କୋରାପୁଟରୁ ୪ ଜଣ, ମାଲକାନଗିରିରୁ ୪ ଜଣ, ମୟୁରଭଞ୍ଜରୁ ୪୮ ଜଣ, ନବରଙ୍ଗପୁରରୁ ୧୨ ଜଣ, ନୟାଗଡ଼ରୁ ୪୨ ଜଣ, ନୂଆପଡ଼ାରୁ ୫, ପୁରୀରୁ ୧୨୩ ଜଣ, ରାୟଗଡ଼ାରୁ ୯ ଜଣ, ସମ୍ୱଲପୁରରୁ ୧୬ ଜଣ, ସୋନପୁରରୁ ୯, ସୁନ୍ଦରଗଡ଼ରୁ ୩୦ ଓ ଷ୍ଟେଟ ପୁଲରୁ ୯୪ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।
ଏଣେ ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୯, ୭୪,୧୩୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେହିପରି ୯, ୫୧, ୦୪୯ ଜଣ ସୁସ୍ଥ ହୋଇଛନ୍ତି । ଏବେ ବି ୧୭,୨୬୨ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି । ଏଣେ ଏପର୍ଯ୍ୟନ୍ତ ରାଜ୍ୟରେ ୯,୫୫, ୯୪୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେହିପରି ୯, ୩୦, ୪୧୮ ଜଣ ସୁସ୍ଥ ହୋଇଛନ୍ତି । ଏବେ ବି ୨୦, ୩୮୭ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି ।