ଆଜିଠୁ ମାଟ୍ରିକ୍ ଅଫଲାଇନ୍ ପରୀକ୍ଷା

କଟକ: ଆସନ୍ତାକାଲି ୩୦ତାରିଖ ଠାରୁ ମାଟ୍ରିକ୍ ଅଫଲାଇନ୍ ପରୀକ୍ଷା ଆରମ୍ଭ ହେବ । ଅଗଷ୍ଟ ୫ତାରିଖ ପର୍ଯ୍ୟନ୍ତ ପରୀକ୍ଷା ଚାଲିବ । ଛାତ୍ରଛାତ୍ରୀମାନେ ୫୦୪ଟି କେନ୍ଦ୍ରରେ ପରୀକ୍ଷା ଦେବେ । ଚଳିତ ବର୍ଷ ୧୧, ୧୫୧ଜଣ ପରୀକ୍ଷା ଦେବେ । ସମସ୍ତ ପରୀକ୍ଷା କେନ୍ଦ୍ରରେ ପ୍ରଶ୍ନପତ୍ର ଓ ଉତ୍ତର ଖାତା ପହଞ୍ଚି ସାରିଛି । ପରୀକ୍ଷା କେନ୍ଦ୍ରରେ ପରୀକ୍ଷାର୍ଥୀଙ୍କ ଥର୍ମାଲ ସ୍କ୍ରିନିଂ କରାଯିବ ବୋଲି ରାଜ୍ୟମାଧ୍ୟବିକ ଶିକ୍ଷାବୋର୍ଡର ସଭାପତି ଶ୍ରୀ ରାମାସିସ୍ ହାଜରା ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ, ପରୀକ୍ଷାରେ ନିୟୋଜିତ ହେବାକୁ ଥିବା ସମସ୍ତ ଶିକ୍ଷକଙ୍କ ଆଣ୍ଟିଜେନ୍ ପରୀକ୍ଷା କରାଯାଇଛି । ପ୍ରତିଟି ପରୀକ୍ଷା କେନ୍ଦ୍ରରେ ଅବଜରଭର ନିୟୋଜିତ କରାଯାଇଛି ।
ସୂଚନାଯୋଗ୍ୟ ଯେ, କରୋନାର ଦ୍ୱିତୀୟ ଲହର ପାଇଁ ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ବାତିଲ କରିଥିଲେ ସରକାର । ବିକଳ୍ପ ମୂଲ୍ୟାୟନ ସ୍ୱରୂପ ପ୍ରିବୋର୍ଡ ପରୀକ୍ଷା ଆଧାରରେ ପିଲାଙ୍କୁ ମାର୍କ ଦିଆଯାଇଛି । ମୁଲ୍ୟାୟନରେ ଅସନ୍ତୁଷ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ଏହି ଅଫ୍‌ଲାଇନ୍ ମାଟ୍ରିକ୍ ପରୀକ୍ଷା ଅନୁଷ୍ଠିତ ହେଉଛି ।
ପ୍ରକାଶ ଥାଉକି ପାତରଅନ୍ତର ନୀତି ଯୋଗୁ ତ୍ରୁଟିପୂର୍ଣ୍ଣ ମୂଲ୍ୟାୟନ ହୋଇଥିବା ଅଭିଯୋଗ ଆଣି ବିଭିନ୍ନ ସ୍ଥାନରେ ଛାତ୍ରଛାତ୍ରୀ ରାସ୍ତାକୁ ଓହ୍ଲାଇବା ସହ ବିକ୍ଷୋଭ ପ୍ରଦର୍ଶନ କଲେ । ଏହାର ସମାଧାନ କରିବାକୁ ଯାଇ ଅସନ୍ତୁଷ୍ଟ ପିଲାଙ୍କ ପାଇଁ ପୁଣି ଥରେ ଅଫଲାଇନ୍ ପରୀକ୍ଷା ହେବ ବୋଲି ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଥିଲା । ଏହି ପରିପ୍ରେକ୍ଷୀରେ ଆସନ୍ତା କାଲିଠୁ ଆରମ୍ଭ ହେବ ଅଫଲାଇନ୍ ପରୀକ୍ଷା ।

Leave A Reply

Your email address will not be published.

1 × three =