ଦେଶରେ ୪୧,୬୪୯ ସଂକ୍ରମିତ : ୫୯୩ ମୃତ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମଣ ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୪୧ ହଜାରରୁ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ୫ ଶହରୁ ଅଧିକ ରହିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୪୧,୬୪୯ କରୋନାଭାଇରସ୍ ଜନିତ ନୂତନ ସଂକ୍ରମଣ ଓ ୫୯୩ ମୃତ୍ୟୁ ରେକର୍ଡ କରାଯାଇଛି । ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍ ସଂକ୍ରମଣ ମାମଲା ୩,୧୬,୧୩,୯୯୩ ଓ ମୃତ୍ୟୁସଂଖ୍ୟା ୪,୨୩,୮୧୦ରେ ପହଞ୍ଚିଛି । ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୩୭,୨୯୧ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୩,୦୭,୮୧,୨୬୩ରେ ପହଞ୍ଚିଛି । ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୪,୦୫,୯୨୦ । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୪୬,୧୫,୧୮,୪୭୯ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି । ‘ଆଇସିଏମ୍‌ଆର୍ର’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଜୁଲାଇ ୩୦ ତାରିଖ ସୁଦ୍ଧା ସମୁଦାୟ ୪୬,୬୪,୨୭,୦୩୮ ନମୁନା ପରୀକ୍ଷା ସରିଛି । ଗତକାଲି ପରୀକ୍ଷା ହୋଇଛି ୧୭,୭୬,୩୧୫ଟି ନମୁନା ।

Leave A Reply

Your email address will not be published.

13 + fifteen =