ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଭାରତୀୟ ମହିଳା ହକି ଦଳ ସେମିଫାଇନାଲରେ ପ୍ରବେଶ କରିବା ପରେ ଟ୍ୱିଟ୍ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି । ଭାରତୀୟ ଟିମରେ ଏହା ଜବରଦସ୍ତ ବିଜୟ ବୋଲି ସେ କହିଛନ୍ତି । ଆଗକୁ ଟିମ୍ ଭଲ ପ୍ରଦର୍ଶନ କରି ବିଜୟ ଧାରା ଜାରି ରଖିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଟ୍ୱିଟରରେ ଲେଖିଛନ୍ତି, ଦୀର୍ଘ ୪୧ ବର୍ଷ ପରେ ଭାରତୀୟ ପୁରୁଷ ହକି ଦଳ ଏବଂ ପ୍ରଥମ ଥର ମହିଳା ହକି ଦଳ ଅଲମ୍ପିକର ସେମିଫାଇନାଲରେ ପହଞ୍ଚିବା ସମଗ୍ର ଦେଶ ପାଇଁ ଗୌରବର ବିଷୟ । ୨୦୧୮ରୁ ଓଡ଼ିଶା ଉଭୟ ଜାତୀୟ ଦଳକୁ ପ୍ରୋତ୍ସାହିତ କରିଆସୁଥିବାରୁ ଆମେ ସମସ୍ତେ ଓଡ଼ିଶାବାସୀ ଆଜି ଗର୍ବିତ । ସମସ୍ତଙ୍କୁ ଆନ୍ତରିକ ଶୁଭେଚ୍ଛା ।

Leave A Reply

Your email address will not be published.

three × one =