କଟକ- ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପ ପାଇଁ ସର୍ଭେ ଆରମ୍ଭ

ଭୁବନେଶ୍ୱର : କଟକ- ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ସର୍ଭେ ଆରମ୍ଭ ହୋଇଛି । କଟକର ତ୍ରିଶୂଳିଆ ଛକରୁ ଭୁବନେଶ୍ୱରର ରାଜଭବନ ଛକ ଯାଏ ୨୪ ଟି ସ୍ଥାନରେ ଜିଓ ଟେକନିକାଲ ଇନଭେଷ୍ଟିଗେସନ ହେବ । ଏବେ ୩୦ ଫୁଟ ତଳରୁ ମାଟି ଖନନ କରାଯାଉଛି । ପ୍ରତି ଦେଢ଼ ମିଟର ତଳର ମାଟିକୁ ପରୀକ୍ଷା କରାଯିବ । ଲ୍ୟାବରେ ପରୀକ୍ଷା ପରେ ଡିପିଆର ପ୍ରସ୍ତୁତ କରି ଦିଲ୍ଲୀ ମେଟ୍ରୋ ରେଲ କର୍ପୋରେସନ ରାଜ୍ୟ ସରକାରଙ୍କୁ ଦେବ । ଏନେଇ ଦିଲ୍ଲୀ ମେଟ୍ରୋ ରେଲ କର୍ପୋରେସନର ଜନୈକ ଅଧିକାରୀ କହିଛନ୍ତି, ମେଟ୍ରୋ ଚାଲିବା ପାଇଁ ଏଠାକାର ମାଟି କେତେ ଭଲ, ରାସ୍ତାର ଦୁଇ ପାଖରେ କେତେ ଘର ଓ ଗଛ ରହିଛି ତାର ବି ସର୍ବେକ୍ଷଣ ଚାଲିଛି । ଏହି କାମକୁ ୨ରୁ ୩ ସପ୍ତାହ ଲାଗିବ । ସୂଚନାଯୋଗ୍ୟ, ଖୁବ୍ ଶୀଘ୍ର ଓଡ଼ିଶାରେ ବହୁ ପ୍ରତୀକ୍ଷିତ ମେଟ୍ରୋ ରେଳ ପ୍ରକଳ୍ପ ଆରମ୍ଭ ହେବ । କଟକ-ଭୁବନେଶ୍ୱର-ଖୋର୍ଦ୍ଧା-ପୁରୀକୁ ସଂଯୋଗ କରି ଏହି ମେଟ୍ରୋ ରେଳ ଚଳାଚଳ କରିବ । ପ୍ରଥମ ପର୍ଯ୍ୟାୟରେ କଟକର ତ୍ରିଶୁଳିଆରୁ ଭୁବନେଶ୍ୱର ବିମାନବନ୍ଦର ମଧ୍ୟରେ ନିର୍ମାଣ କାର୍ଯ୍ୟ ଆରମ୍ଭ ହେବ । ରାଜ୍ୟ ସରକାର ନିଜସ୍ୱ ଅର୍ଥରେ ଏହି ପ୍ରକଳ୍ପ କରିବେ । ଏନେଇ ଉତ୍କଳ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘୋଷଣା କରିଥିଲେ ।

Leave A Reply

Your email address will not be published.

18 + seven =