୩ ହଜାର ଡେଇଁଲା କରୋନା

ଭୁବନେଶ୍ୱର(ନି.ପ୍ର.): ରାଜ୍ୟରେ ଆଜି ପୁଣି ୧୪୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧୪୦କୁ ବୃଦ୍ଧି ପାଇଛି ବୋଲି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଆଜି ମଧ୍ୟ ୧୪୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।
୧୪୬ ଜଣଙ୍କ ମଧ୍ୟରୁ ୧୭ ଜଣ ସ୍ଥାନୀୟ ସଂକ୍ରମିତ ଥିବାବେଳେ ଅବଶିଷ୍ଟ ୧୨୯ ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି । ଆଜି ୧୭ଟି ଜିଲ୍ଲାରୁ ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି ।
ଆଜି ଗଞ୍ଜାମ ଜିଲ୍ଲାରୁ ୧୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି । ଠିକ୍ ସେହିପରି ଖୋର୍ଦ୍ଧା ଜିଲ୍ଲାରୁ ୧୯ ଏବଂ ଯାଜପୁର, ମାଲକାନଗିରି, ଢେଙ୍କାନାଳ ଓ ବଲାଙ୍ଗିର ଜିଲ୍ଲାରୁ ଜଣେ ଲେଖାଏଁ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାଛଡ଼ା ମୟୂରଭଞ୍ଜ, କଳାହାଣ୍ଡି ଓ ନୟାଗଡ଼ ଜିଲ୍ଲାରୁ ୩ ଜଣ ଲେଖାଏଁ କରେନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଠିକ୍ ସେହିପରି କେନ୍ଦ୍ରାପଡ଼ା, କନ୍ଧମାଳ, କେନ୍ଦୁଝର ଓ କଟକ ଜିଲ୍ଲାରୁ ୨ ଜଣ ଲେଖାଏଁ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ବାଲେଶ୍ୱର ଓ ସୁନ୍ଦରଗଡ଼ ଜିଲ୍ଲାରୁ ୭ ଜଣ ଲେଖାଏଁ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଜଗତସିଂହପୁର ଜିଲ୍ଲାରୁ ୮ ଜଣ, ଦେବଗଡ଼ ଜିଲ୍ଲାରୁ ୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାଛଡ଼ା ଅମ୍ଫାନ ବାତ୍ୟାର ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଓଡ୍ରାଫ୍ ଓ ଏନଡିଆରଏଫର ୬୧ ଜଣ ପଶ୍ଚିମବଙ୍ଗ ଫେରନ୍ତାଙ୍କୁ ବି ଏଥିରେ ସାମିଲ କରାଯାଇଛି । ଏବେ ରାଜ୍ୟରେ ମୋଟ ୧୯୯୩ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୧୩୬ ରହିଛି । ଅପରପକ୍ଷରେ ୯ ଜଣଙ୍କର ମୃତ୍ୟୁ ଘଟିଛି । କରୋନା ବ୍ୟତୀତ ଅନ୍ୟ ରୋଗରେ ଦୁଇ ପୀଡ଼ିତଙ୍କର ବି ମୃତ୍ୟୁ ଘଟିଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.

three × 2 =