ସାବିତ୍ରୀ ରଥ ଓଡ଼ିଶା ହାଇକୋର୍ଟର ନୂତନ ବିଚାରପତି

କଟକ (ନି.ପ୍ର.): ରାଷ୍ଟ୍ରପତି ରାମନାଥ କୋବିନ୍ଦ ସୁଶ୍ରୀ ସାବିତ୍ରୀ ରଥଙ୍କୁ ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ଦେଇଛନ୍ତି । ଏ ନେଇ ଆଜି କେନ୍ଦ୍ର ଆଇନ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି । ଏହାଫଳରେ ଓଡ଼ିଶା ହାଇକୋର୍ଟର ବିଚାରପତି ସଂଖ୍ୟା ୧୬ରେ ପହଂଚିଛି ।
ଗତ ଜାନୁଆରୀରେ ସୁପ୍ରିମକୋର୍ଟ କଲିଜିୟମ୍ କେନ୍ଦ୍ର ସରକାରଙ୍କୁ ସୁଶ୍ରୀ ସାବିତ୍ରୀ ରଥଙ୍କ ନାମ ହାଇକୋର୍ଟ ବିଚାରପତି ପଦରେ ନିଯୁକ୍ତି ଲାଗି ସୁପାରିସ କରିଥିଲା । ଉଲ୍ଲେଖଯୋଗ୍ୟ, ସାବିତ୍ରୀ ରଥ ହେଉଛନ୍ତି ପୂର୍ବତନ ପୋଲିସ ଡିଜି ପ୍ରଫୁଲ୍ଲ ରଥଙ୍କ ଝିଅ ।ସୁଶ୍ରୀ ସାବିତ୍ରୀ ରଥ ଓଡ଼ିଶା ହାଇକୋର୍ଟର ତୃତୀୟ ମହିଳା ବିଚାରପତି ଭାବେ କାର୍ଯ୍ୟ କରିବେ । ତାଙ୍କ ପୂର୍ବରୁ ଜଷ୍ଟିସ ଅମିୟ କୁମାରୀ ପାଢ଼ୀ ଏବଂ ଜଷ୍ଟିସ ସଞ୍ଜୁ ପଣ୍ଡା ଏହି ସମ୍ମାନଜନକ ପଦବୀ ଅଳଙ୍କୃତ କରିସାରିଛନ୍ତି ।

Leave A Reply

Your email address will not be published.

16 − 5 =