ଭୁବନେଶ୍ୱର- ଓଡ଼ିଶା ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଟ୍ରଫ୍ ଲାଇନ୍ ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ଆସନ୍ତା ୪୮ ଘଂଟା ମଧ୍ୟମରେ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନା କୁହାଯାଇଛି । ଏହାର ପ୍ରଭାବରେ ଆସନ୍ତା୨୪ ଘଂଟା ମଧ୍ୟରେ ଅର୍ଥାତ ମଙ୍ଗଳବାର ଅପରାହ୍ନ ସୁଦ୍ଧା ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଜଗତସିଂହପୁର, କେନ୍ଦ୍ରାପଡା,ଭଦ୍ରକ,ବାଲେଶ୍ୱର, ମୟୁରଭଞ୍ଜ ଓ ଢେଙ୍କାନାଳ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଥିବାରୁ ଆସନ୍ତା ୨୪ ଘଂଟା ପର୍ଯ୍ୟନ୍ତ ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରିକରିଛି ପାଣିପାଗ ବିଭାଗ ।