ଅଗଷ୍ଟରୁ ରାମମନ୍ଦିର ନିର୍ମାଣ

ଅଯୋଧ୍ୟା: ଖୁବ ସିଘ୍ର ଅଯୋଧ୍ୟାରେ ରାମମନ୍ଦିର ନିର୍ମାଣ ଆରମ୍ଭ ହେବ ଏ ନେଇ ଆଜି ସୁପ୍ରିମକୋର୍ଟଙ୍କ ଦ୍ୱାରା ନିଯୁକ୍ତ ରାମ ଜନ୍ମଭୂମୀ ତୀର୍ଥ କ୍ଷେତ୍ର ଟ୍ରଷ୍ଟର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ଗ୍ରହଣ କରିଥିବା ଜଣାଯାଇଛି । ଟ୍ରଷ୍ଟର ଅଧ୍ୟକ୍ଷ ନୃପେନ୍ଦ୍ର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତି ଗୃହିତ ହୋଇଛି । ସମ୍ଭବତ ଆସନ୍ତା ଅଗଷ୍ଟ ମାସରୁ ନିର୍ମାଣ କାର୍ଯ୍ୟ ଆରମ୍ଭ ହେବ । ଶିଳାନ୍ୟାସ ଉତ୍ସବରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସମେତ ଆରଏସଏସ ମୁଖ୍ୟ ମୋହନ ଭାଗବତ ଏବଂ ବହୁ କେନ୍ଦ୍ରମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ ଯୋଗଦେବା ସମ୍ଭାବନା ରହିଛି ।

Leave A Reply

Your email address will not be published.

three × 4 =