ଭୁବନେଶ୍ୱର- ମଧ୍ୟପ୍ରଦେଶ ରାଜ୍ୟପାଳ ଲାଲାଜି ଟଣ୍ଡନଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶେକ ପ୍ରକାଶ କରିଛନ୍ତି । ଗତ କିଛି ଦିନ ଧରି ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ଥିଲା । ତାଙ୍କୁ ଲକ୍ଷ୍ନୌ ର ମେଦାନ୍ତ ହସ୍ପିଟାଲରେ ଭର୍ତି କରାଯାଇଥିଲା । ମୂତ୍ର ସମସ୍ୟା ଓ ଜ୍ୱର ଛାଡୁନଥିଲା । ଯକୃତ ସମସ୍ୟା ଯୋଗୁଁ ତାଙ୍କର ମୃତ୍ୟୁ ହୋଇଛି । ଲାଲାଜିଙ୍କ କରୋନା ରିପୋର୍ଟ ନେଗେଟିଭ ଆସିଛି ।