କନ୍ଧମାଳର ସମସ୍ତ ବ୍ୟାଙ୍କ ସପ୍ତାହେ ପର୍ଯ୍ୟନ୍ତ ବନ୍ଦ


କନ୍ଧମାଳ- କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି କନ୍ଧମାଳର ସମସ୍ତ ବ୍ୟାଙ୍କ ସପ୍ତାହେ ପର୍ଯ୍ୟନ୍ତ ବନ୍ଦ ରଖିବାକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ନିଷ୍ପତି ନିଆଯାଇଛି । ଜିଲ୍ଲାର କିଛି ବ୍ୟାଙ୍କ କର୍ମଚାରୀ କରୋନା ଆକ୍ରାନ୍ତ ଚିହ୍ନଟ ହେବାପରେ ସମସ୍ତ କର୍ମଚାରୀଙ୍କୁ ୭ ଦିନ ସଙ୍ଗରୋଧରେ ରହିବାକୁ ନିର୍ଦେଶ ଦିଆଯାଇଛି । ଏଟିଏମ୍ରେ ପର୍ଯ୍ୟାପ୍ତ ଟଙ୍କା ରଖିବାକୁ ବ୍ୟାଙ୍କ କର୍ତୃପକ୍ଷଙ୍କୁ ନିର୍ଦେଶ ଦିଆଯାଇଛି । ଜିଲ୍ଲାର ସମସ୍ତ ବ୍ୟାଙ୍କ ସାନିଟାଇଜ କରାଯିବ । ସପ୍ତାହେ ପରେ ୫୦% କର୍ମଚାରୀଙ୍କୁ ନେଇ ବ୍ୟାଙ୍କ ଖୋଲିବ । ବର୍ତମାନ ସୁଦ୍ଧା କନ୍ଧମାଳରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୫୫ରେ ପଂହଚିଥିବା ବେଳେ ୧୯୯ ଜଣ ଆରୋଗ୍ୟ ଲାଭ କରିଛନ୍ତି । ୫୬ ଜଣ ବିଭିନ୍ନ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ଅଛନ୍ତି ।

Leave A Reply

Your email address will not be published.

11 + 20 =