କାଳିଆ ଯୋଜନାରେ ୧ ଲକ୍ଷ ଅଯୋଗ୍ୟ ହିତାଧିକାରୀ

ଭୁବନେଶ୍ୱର: କାଳିଆ ଯୋଜନାରେ୧୦୪୦୭୬ ଜଣ ଅଯୋଗ୍ୟ ହିତାଧିକାରୀଙ୍କୁ ଚିହ୍ନଟ କରାଯାଇଛିବୋଲି ଆଜି ବିଧାନସଭାରେ କୃଷି ମନ୍ତ୍ରୀ ଅରୁଣ ସାହୁ ପ୍ରକାଶ କରିଛନ୍ତି । ବିଜେଡି ବିଧାୟକ ସୌମ୍ୟରଞ୍ଜ ପଟ୍ଟନାୟକ ଏକ ପ୍ରଶ୍ନର ଉତର ଦେଇ ମନ୍ତ୍ରୀ ଶ୍ରୀ ସାହୁ କହିଛନ୍ତି ଯେ, ଅଯୋଗ୍ୟ ହିତାଧିକାରୀମାନଙ୍କୁ ବାଦ୍ ଦିଆଯାଇଥିଲା ବେଳେ କାଳିଆ ଯୋଜନାରେ ବର୍ତମାନ ସୁଦ୍ଧା ୫୬,୧୪,୭୦୭ ଜଣ ଯୋଗ୍ୟ ହିତାଧିକାରୀଙ୍କୁ ଚିହ୍ନଟ କରାଯାଇଛି । ଏହାଛଡା କୌଣସି ହିତାଧିକାରୀ ଯେପରି ଡିବିଟି ଜରିଆରେ ସହାୟତା ପାଇାବରୁ ବଞ୍ଚିତ ନ ହୁଅନ୍ତି ସେଥିପାଇଁ କାଳିଆ ଯୋଜନାରେ ଆଧାର ଭିତିକ ଓ ବ୍ୟାଙ୍କ ଆକାଉଂଟ ଭିତିକ ଅର୍ଥରାଶି ପଠାଯାହଉଛି । ଏହାପୂର୍ବରୁ ଅନେକ ଯୋଗ୍ୟ ହିତାଧିକାରୀ କାଳିଆ ଯୋଜନାରୁ ବାଦ୍ ବଡିଥିବା ବେଳେ ଅନେକ ଅଯୋଗ୍ୟ ହିତାଧିକାରୀ କାଳିଆ ଯୋଜାନାରେ ଟଙ୍କା ପାଇଥିବା ନେଇ ପୂର୍ବରୁ ବାରମ୍ବାର ଅଭିଯୋଗ ହୋଇଛି ।

Comments (0)
Add Comment