ଜଳୁଛି ଶିମିଳିପାଳ : ରିପୋର୍ଟ ମାଗିଲେ ରାଜ୍ୟ ସରକାର

ଭୁବନେଶ୍ୱର : ଶିମିଳିପାଳ ଅଭୟାରଣ୍ୟ ଗତ ୧୦ ଦିନ ଧରି ଜଳୁଛି । ଜଙ୍ଗଲରେ ନିଆଁ ବ୍ୟାପିବାରେ ଲାଗିଛି । ନିଆଁକୁ ଲିଭାଇବା ପାଇଁ ଉଦ୍ୟମ ଜାରୀରହିଥିବା ସତ୍ୱେ ଥମିବାର ନାଁ ଧରୁନାହିଁ । ଅନ୍ୟପକ୍ଷରେ ରାଜ୍ୟ ସରକାର ମୁଖ୍ୟ ବନ ସଂରକ୍ଷକଙ୍କ ଠାରୁ ରିପୋର୍ଟ ତଲବ କରିଛନ୍ତି । ରାଜ୍ୟ ଜଙ୍ଗଲ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ କହିଛନ୍ତି ଯେ, ପିସିସିଏଫ (ବଣ୍ୟପ୍ରାଣୀ)ଙ୍କୁ ଶିମିଳିପାଳ ଗସ୍ତ କରି ରିପୋର୍ଟ ଦେବାକୁ ନିଦେ୍ର୍ଧଶ ଦିଆଯାଇଛି । ସେ ଆଜି ଶିମିଳିପାଳ ଗସ୍ତ କରି ନିଆଁ ଲାଗିବାର କାରଣ ସମ୍ପର୍କରେ ତଦନ୍ତ କରିବେ । ଏହି ରିପୋର୍ଟ ମିଳିବା ପରେ ବିଭାଗ ପକ୍ଷରୁ ନିଆଁକୁ ଆୟତ୍ତ କରିବାକୁ ପଦକ୍ଷେପ ନିଆଯିବ ବୋଲି ସେ କହିଛନ୍ତି ।
ଏହା ପୂର୍ବରୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଷଡ଼ଙ୍ଗୀ ମଧ୍ୟ ଏହି ଘଟଣାକୁ ନେଇ ଉଦବେଗ ପ୍ରକାଶ କରିଥିଲେ । ଏହି ଘଟଣା ସମ୍ପର୍କରେ ଅବଗତ ହେବା ପରେ କାର୍ଯ୍ୟାନୁଷ୍ଠାନ ପାଇଁ ନିଦେ୍ର୍ଧଶ ଦେଇଛନ୍ତି କେନ୍ଦ୍ର ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ପ୍ରକାଶ ଜାଭଡେକର । ସେ ଟୁଇଟ୍ କରି ଲେଖିଛନ୍ତି- ମୁଁ ଅଧିକାରୀଙ୍କୁ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ମତେ ଜଣାଇବାକୁ ନିଦେ୍ର୍ଧଶ ଦେଇଛି ।
ଶିମିଳିପାଳ ଅଭୟାରଣ୍ୟରେ ନିଆଁ ଲାଗିବା ଘଟଣାକୁ ନେଇ କେନ୍ଦ୍ର ମନ୍ତ୍ରୀ ପ୍ରତାପ ଷଡଙ୍ଗୀ ଟ୍ୱିଟ୍ କରି ସେ କହିଛନ୍ତି ଯେ, ଶିମିଳିପାଳ ଜଳୁଛି ଓ ସମଗ୍ର ଏସିିଆ ପାଇଁ ଏହା ଏକ ଭଲ ସଂକେତ ନୁହେଁ । ତେବେ ଦୁଃଖର ବିଷୟ ହେଉଛି ଏହା ଜାତୀୟ ଓ ଅନ୍ତର୍ଜାତୀୟ ଗଣମାଧ୍ୟମର ଦୃଷ୍ଟି ଆକର୍ଷଣ କରିପାରୁନାହିଁ । ଏହି ସମସ୍ୟା ସମ୍ପର୍କରେ ଗଣମାଧ୍ୟମରେ ଦୃଷ୍ଟି ଆକର୍ଷଣ କରିବାକୁ ସେ କେନ୍ଦ୍ର ପରିବେଶ, ଜଙ୍ଗଲ ତଥା ସୂଚନା ପ୍ରସାରଣ ମନ୍ତ୍ରୀ ପ୍ରକାଶ ଜାବଡେକରଙ୍କୁ ଅନୁରୋଧ କରିଛନ୍ତି । ଆହୁରିମଧ୍ୟ ଏଥିରେ ହସ୍ତକ୍ଷେପ କରିବାକୁ ସେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଅନୁରୋଧ କରିଛନ୍ତିି । ଗତକାଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶିମିଳିପାଳରେ ବନାଗ୍ନି ଯୋଗୁଁ ସଂକଟଜନକ ପରିସ୍ଥିତି ଦେଖା ଦେଇଥିବା ବିଷୟରେ ମୟୁରଭଞ୍ଜର ରାଜକୁମାରୀ ଅକ୍ଷୀତା ମଞ୍ଜରୀ ଭଞ୍ଜଦେଓ କରିଥିବା ଟୁଇଟ୍କୁ ରିଟୁଇଟ୍ କରି କେନ୍ଦ୍ର ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ପ୍ରକାଶ ଜାଭଡେକର ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ । ଏହି ଘଟଣା ସମ୍ପର୍କରେ ଅବଗତ ହେବା ପରେ କାର୍ଯ୍ୟାନୁଷ୍ଠାନ ପାଇଁ ନିଦେ୍ର୍ଧଶ ଦେଇଛନ୍ତି କେନ୍ଦ୍ର ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ପ୍ରକାଶ ଜାଭଡେକର । ସେ ଟୁଇଟ୍ କରି ଲେଖିଛନ୍ତି- ମୁଁ ଅଧିକାରୀଙ୍କୁ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ମତେ ଜଣାଇବାକୁ ନିଦେ୍ର୍ଧଶ ଦେଇଛି ।

Comments (0)
Add Comment