ନୂଆଦିଲ୍ଲୀ: ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇବା ସହ ୨୪ ଘଣ୍ଟାରେ ଆଉ ୯୨,୫୯୬ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨,୯୦,୮୯,୦୬୯କୁ ବୃଦ୍ଧି ପାଇଛି । ଚିକିତ୍ସାଧୀନ ଅବସ୍ଥାରେ ଆଉ ୨ହଜାର ୨୧୯ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୫୩ ହଜାର ୫୨୮ରେ ପହଞ୍ଚିଛି । ଦିନକରେ ୧ ଲକ୍ଷ ୬୨ ହଜାର ୬୬୪ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ମୋଟ ୨,୭୫,୦୪,୧୨୬ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଆରୋଗ୍ୟହାର ୯୪.୫୫ ପ୍ରତିଶତକୁ ବୃଦ୍ଧି ପାଇଛି । ୧୨,୩୧,୪୧୫ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି । ୨୩,୯୦,୫୮,୩୬୦ ଟିକା ନେଇ ସାରିଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି