ନୂଆଦିଲ୍ଲୀ: ଦେଶରେ କରୋନା ଦ୍ୱିତୀୟ ଲହର ଦ୍ରୁତ ଗତିରେ ବୃଦ୍ଧି ପାଇବା ସହ ଆକ୍ରାନ୍ତଙ୍କ ସଂଖ୍ୟା ହୁ ହୁ ହୋଇ ବୃଦ୍ଧି ପାଉଛି । ଦୈନିକ ସଂକ୍ରମଣ ଲଗାତାର ୩ ଲକ୍ଷ ୫୦ ହଜାର ପାର ହେଉଛି । ଦିନକରେ ଆଉ ୩ ଲକ୍ଷ ୫୭ ହଜାର ୨୨୯ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨,୦୨,୮୨,୮୮୩କୁ ବୃଦ୍ଧି ପାଇଛି । ଚିକିତ୍ସାଧୀନ ଅବସ୍ଥାରେ ୩,୪୪୯ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨,୨୨,୪୦୮ରେ ପହଂଚିଛି । ୨୪ ଘଂଟାରେ ୩,୨୦,୨୮୯ ସଂକ୍ରମିତ ସୁସ୍ଥ ହୋଇଥିବା ବେଳେ ମୋଟ ୧,୬୬,୧୩,୨୯୨ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୩୪,୪୭,୧୩୩ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି ।