ଭୁବନେଶ୍ୱର : ଭାରତୀୟ ପୁରୁଷ ହକି ଦଳର ଐତିହାସିକ ବିଜୟ ପରେ ଭିଡିଓ କନଫରେସିଂ ଜରିଆରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଖେଳାଳିମାନଙ୍କ ସହିତ କଥା ହେବା ସହ ଚିତାକର୍ଷକ ବିଜୟ ପାଇଁ ଶୁଭେଚ୍ଛା ଜଣାଇଛନ୍ତି । ଆଗାମୀ ୧୬ ତାରିଖରେ ବିଜୟୀ ଦଳ ଓଡ଼ିଶା ଆସିବା ପାଇଁ ଆମନ୍ତ୍ରଣ କରିଛନ୍ତି ।
ଟୋକିଓ ଅଲିମ୍ପିକ୍ସରେ ଭାରତୀୟ ଟିମର ବିଜୟ ପରେ ଚାରିଆଡ଼େ ଉତ୍ସବର ମାହୋଲ । ଭୁବନେଶ୍ୱର କଳିଙ୍ଗ ଷ୍ଟାଡ଼ିୟମରେ ହକି ଖେଳାଳିମାନେ ଖୁସିରେ ନାଚୁଥିଲେ ।