ପ୍ରଧାନମନ୍ତ୍ରୀଙ୍କ ସମୀକ୍ଷା

ନୂଆଦିଲ୍ଲୀ: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ୟସ୍‌ର ମୁକାବିଲା ନେଇ ପ୍ରଧାନମନ୍ତ୍ରୀ ଆଜି ଏକ ଉଚ୍ଚସ୍ତରୀୟ ବୈଠକରେ ସମୀକ୍ଷା କରିଛନ୍ତି । ୟସ ଚଳିତ ମାସ ୨୬ ତାରିଖରେ ଉତର ଓଡିଶା ଏବଂ ପଶ୍ଚିମବଙ୍ଗର ସୁନ୍ଦରବନ ମଧ୍ୟବର୍ତୀ ଅଞ୍ଚଳରେ ଭୂଭାଗ ଅତିକ୍ରମ କରିବା ସମ୍ଭାବନା ରହିଥିବା ବେଳେ ତାହାର ମୁକାବିଲା ଦିଗରେ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ପ୍ରଧାନମନ୍ତ୍ରୀ ପଦକ୍ଷେପ ସମ୍ପର୍କରେ ପ୍ରଧାନମନ୍ତ୍ରୀ ବରିଷ୍ଠ ଅଧିକାରୀମାନଙ୍କ ସହିତ ଆଲୋଚନା କରିଥିଲେ । ଏହି ବୈଠକରେ ଜାତୀୟ ବିପର୍ଯ୍ୟୟ ପରିଚାଳନା କର୍ତୃପକ୍ଷ (ଏନଡିଏମ୍‌ଏ), ଦୂରସଞ୍ଚାର, ଶକ୍ତି, ବେସାରିକ, ବିମାନ ଚଳାଚଳ ଏବଂ ଭୂ ବିଜ୍ଞାନ ଆଦି ମନ୍ତ୍ରଣାଳୟର ସଚିବମାନେ ଉପସ୍ଥିତ ଥିଲେ । କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ମଧ୍ୟ ଏହି ବୈଠକରେ ଉପସ୍ଥିତ ରହିଥିଲେ । ଇତିମଧ୍ୟରେ ଭାରତୀୟ ସେନା ପକ୍ଷରୁ ଯବାନ ଏବଂ ଇଞ୍ଜିନିୟର ଟାସ୍କଫୋର୍ସକୁ ରିଲିଫ ଓ ଉଦ୍ଧାର କାର୍ଯ୍ୟ ନିମନ୍ତେ ସଜାଗ ରଖାଯାଇଥିବା ସୂଚନା ଦିଆଯାଇଛି । ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୂର୍ବରୁ ନିଜ ନିଜ ରାଜ୍ୟସ୍ତରରେ ଏଥିପାଇଁ ପ୍ରାକ୍ ପ୍ରସ୍ତୁତିର ସମୀକ୍ଷା କରିସାରିଛନ୍ତି । ବାତ୍ୟା ପ୍ରଭାବରେ ଓଡିଶାର ମୟୁରଭଞ୍ଜ, ଭଦ୍ରକ ଓ ବାଲେଶ୍ୱର ଆଦି ଜିଲ୍ଲା ସବୁଠାରୁ ଅଧିକ ପ୍ରଭାବିତ ହେବାନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଅନୁମାନ କରାଯାଇଛି ।

Comments (0)
Add Comment