ବିଶିଷ୍ଟ ଓଡ଼ିଆ ଚଳଚ୍ଚିତ୍ର ନିର୍ଦ୍ଦେଶକ ରାଜୁ ମିଶ୍ରଙ୍କ ପରଲୋକ

ଭୁବନେଶ୍ବର: ବିଶିଷ୍ଟ ଓଡ଼ିଆ ଚଳଚ୍ଚିତ୍ର ନିର୍ଦ୍ଦେଶକ ରାଜୁ ମିଶ୍ରଙ୍କର ସୋମବାର ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୨ ବର୍ଷ ବୟସ ହୋଇଥିଲା। ଜଟଣୀ ସ୍ଥିତ ଘରେ ବସିଥିବା ବେଳେ ହୃଦଘାତରେ ତାଙ୍କର ମୃତ୍ୟୁ ହୋଇଥିବା ନେଇ ତାଙ୍କ ପତ୍ନୀ ପ୍ରତିମା ମଞ୍ଜରୀ ମିଶ୍ର ସୂଚନା ଦେଇଛନ୍ତି। ଓଡ଼ିଆ ଚଳଚ୍ଚିତ୍ର ପାଇଁ ଦିଆଯାଉଥିବା ସର୍ବୋଚ୍ଚ ସମ୍ମାନ ଜୟଦେବ ପୁରସ୍କାରରେ ରାଜୁ ମିଶ୍ର ପୁରସ୍କୃତ ହୋଇଥିଲେ। ସେ ଚକାଆଖି ସବୁ ଦେଖୁଛି, ପୁଅ ମୋର କଳାଠାକୁର,  ‘ସାଗର ଗଙ୍ଗା’, ରୁପା ଗାଁ’ର ସୁନା କନିଆ, ସତ ମିଛ, ଉଲକା, ପଥର ଖସୁଛି ବଡ଼ ଦେଉଳୁ, ମମତା ମାଗେ ମୁଲ ଭଳି ହିଟ୍ ଫିଲ୍ମରେ ନିର୍ଦ୍ଦେଶନା ଦେଇଥିଲେ।

Comments (0)
Add Comment